Masthead

ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍

ସମ୍ୱଲପୁର (ବଡ଼ ଖବର ବ୍ୟୁରୋ): ହୀରାକୁଦରେ ଖୋଲିଲା ଆଉ ୪ ଗେଟ୍ । ହୀରାକୁଦର ମୋଟ ୨୦ଟି ଗେଟ୍ ଦେଇ ଜଳ ନିଷ୍କାସନ । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୨୬.୫୬ ଫୁଟ୍ ରହିଛି । ହୀରାକୁଦକୁ ପଶୁଛି ୨,୯୩,୫୧୨ କ୍ୟୁସେକ । ଜଳ ନିଷ୍କାସିତ ହେଉଛି ୨,୬୪,୧୨୯ କ୍ୟୁସେକ ଜଳ । ମହାନଦୀର ଉପରମୁଣ୍ଡରେ ବର୍ଷା କାରଣରୁ ହୀରାକୁଦ ଜଳଭଣ୍ଡାରକୁ ପ୍ରବେଶ କରୁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରର ସ୍ଥିତିକୁ ନଜର ରଖି ଆଜି ସକାଳେ ପୁଣି ଦୁଇଟି ଗେଟ୍‌ ଖୋଲାଯାଇଛି । ହୀରାକୁଦ ଜଳଭଣ୍ଡାର ପକ୍ଷରୁ ଗଣମାଧ୍ୟମକୁ ଏ ନେଇ ସୂଚନା ଦିଆଯାଇଛି।

ଏହି କ୍ରମରେ ଆଜି ୪ଟି ଗେଟ୍‌ ଖୋଲି ଦିଆଯାଇଛି। ପୂର୍ବରୁ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ କରାଯାଉଛି। ତେବେ ବର୍ତ୍ତମାନ ସମୟରେ ମୋଟ୍‌ ୨୦ ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆବଶ୍ୟକ ହେଲେ ଆହୁରି ଗେଟ୍‌ ଖୋଲା ଯାଇପାରେ। ବାରମ୍ୱାର ଗେଟ୍ ଖୋଲାଯିବାରୁ ମହାନଦୀରେ ବନ୍ୟା ଜଳସ୍ତର ବଢ଼ିବାର ଆଶଙ୍କା ରହିଛି। ଫଳରେ ହୀରାକୁଦ ଡ୍ୟାମର ତଳମୁଣ୍ଡରେ ଥିବା ନଦୀ ଶଯ୍ୟା ଅଞ୍ଚଳରେ ବନ୍ୟା ଆସିବାର ଆଶଙ୍କା ରହିଛି। ଜନସାଧାରଣଙ୍କ ଜୀବନ ଏବଂ ସମ୍ପତ୍ତିର ସୁରକ୍ଷା ପାଇଁ ନଦୀକୂଳ ଅଞ୍ଚଳରେ ବସବାସ କରୁଥିବା ଲୋକେ ଆତଙ୍କିତ ହୋଇପଡିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି