Before Header

ପୁଣି ରାଜ୍ୟରେ ୧୨ହଜାର ଟପିଲା ଦୈନିକ ସଂକ୍ରମଣ

0 30

ଭୁବନେଶ୍ୱର(ବଡ଼ ଖବର ଉବ୍ରରୋ): ରାଜ୍ୟ ସଂକ୍ରମଣରେ ପୁଣି ବୃଦ୍ଧି ଘଟିଛି । ୨୪ ଘଣ୍ଟା ଭିତରେ ରାଜ୍ୟରେ ୧୨ହଜାର ୫୨୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ସଙ୍ଗରୋଧରୁ ୭୦୧୨ ଚିହ୍ନଟ ହୋଇଥିବା ବେଳେ ୫୫୧୧ଟି ଲୋକାଲ କେସ ରହିଛି। ଗତ ୨୪ ଘଣ୍ଟାରେ ଓଡ଼ିଶାର ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୮୪୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦୮୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେପଟେ ଅନୁଗୁଳରୁ ୯୩୦, ବରଗଡ଼ରୁ ୩୧୫, ଭଦ୍ରକରୁ ୧୭୭, ବାଲେଶ୍ୱରରୁ ୫୧୦, ବଲାଙ୍ଗୀରରୁ ୨୯୬, ବୌଦ୍ଧରୁ ୩୬୫, ଦେବଗଡ଼ରୁ ୧୦୬, ଢେଙ୍କାନାଳରୁ ୧୩୨, ଗଜପତିରୁ ୫୩, ଗଞ୍ଜାମରୁ ୩୬୯, ଜଗତସିଂହପୁରରୁ ୩୨୫, ଯାଜପୁରରୁ ୪୧୯, ଝାରସୁଗୁଡ଼ାରୁ ୩୭୩ , କଳାହାଣ୍ଡିରୁ ୪୯୧, କନ୍ଧମାଳରୁ ୧୦୦, କେନ୍ଦ୍ରାପଡ଼ାରୁ ୧୯୫ କେନ୍ଦୁଝରରୁ ୨୩୨, କୋରାପୁଟରୁ ୨୩୩, ମାଲକାନଗିରିରୁ ୭୩, ମୟୂରଭଞ୍ଜରୁ ୫୪୬, ନବରଙ୍ଗପୁରରୁ ୩୮୩, ନୟାଗଡ଼ରୁ ୩୧୫, ନୂଆପଡ଼ାରୁ ୧୨୯, ପୁରୀରୁ ୫୬୮, ରାୟଗଡ଼ାରୁ ୩୨୧, ସମ୍ବଲପୁରରୁ ୪୦୦, ସୋନପୁରରୁ ୨୦୨, ସୁନ୍ଦରଗଡ଼ରୁ ୭୧୫ଜଣ ଓ ଷ୍ଟେଟ୍ ପୁଲରୁ ୩୨୪ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୬ଲକ୍ଷ ୬୮ହଜାର ୪୨୨ରେ ପହଞ୍ଚିଥିବା ବେଳେ ୫ଲକ୍ଷ ୫୬ହଜାର୫୦୧ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଏବେ ୧ଲକ୍ଷ ୯୪୩୮ଜଣ ସକ୍ରିୟ ସଂକ୍ରମିତ ଥିବା ଜଣାଯାଇଛି । ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟାରେ ବି ଲାଗୁନି ବ୍ରେକ୍ । ଆଜି ୨୭ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଖୋର୍ଦ୍ଧା, କୋରାପୁଟରୁ ୪, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଳାହାଣ୍ଡିରୁ ୨ ଓ ୮ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୪୩୦କୁ ବୃଦ୍ଧି ।

Leave A Reply

Your email address will not be published.