Masthead

ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବୋଲ ମାନୁନି ତୈଳ ଦର । ଦିନକୁ ଦିନ ଉପର ମୁହାଁ ହେବାରେ ଲାଗିଛି ପେଟ୍ରୋଲ ଓ ଡ଼ିଜେଲ ଦାମ । ରବିବାର ପୁଣି ଏଥିରେ ବୃଦ୍ଧି ଘଟିଛି । ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୩୫ ପଇସା ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ ଦର ବୃଦ୍ଧି ପାଇବା ପରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୧୦୫ ଟଙ୍କା ୮୪ ପଇସାରେ ପହଞ୍ଚିଛି । ସେହିପରି ଡିଜେଲ୍ ଦର ୯୪ ଟଙ୍କା ୫୭ ପଇସା ପ୍ରତି ଲିଟର ପଇସା ହୋଇଛି ।

ସେପଟେ ମୁମ୍ବାଇରେ ତୈଳ ଦର ରେକର୍ଡ ଭାଙ୍ଗିଛି । ପେଟ୍ରୋଲ ଲିଟର ପିଛା ୧୧୧ଟଙ୍କା ୨୭ ପଇସାରେ ପହଞ୍ଚିଛି, ସେହିପରି ଡିଜେଲ ଦର ମଧ୍ୟ ୧୦୨ ଟଙ୍କା ୫୨ପଇସାକୁ ବୃଦ୍ଧି ପାଇଛି । ଏପଟେ ଭୁବନେଶ୍ୱରରେ ପେଟ୍ରେଲ ଲିଟର ପିଛା ଦାମ୍ ୧୦୭ ଟଙ୍କା ୮୪ ପଇସା , ଡିଜେଲ ଲିଟର ପିଛା ଦର ୧୦୪ ଟଙ୍କା ୩୦ ପଇସା ରହିଛି । ତେବେ ନିୟମିତ ବଢ଼ୁଥିବା ଦରଦାମକୁ ନେଇ ଖାଉଟି ଅସନ୍ତୋଷ ପ୍ରକାଶ କରିଛନ୍ତି । ସେପଟେ କେନ୍ଦ୍ର ଓ ରାଜ୍ୟ ସରକାର କ୍ସ୍ରକୁ ଦୋଷ ଦେବାରେ ବ୍ୟସ୍ତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର