Masthead

୧୮ରେ ପୁଣି ବର୍ଷା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେଉଥିବା ଦେଖିବାକୁ ମିଳୁଛି। ଅନ୍ୟପଟେ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ମାଆଁମାର ଉପକୂଳ ଉପରେ ଏବେ ଏକ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୫.୮ କିମି ଉଚ୍ଚତାରେ ରହିଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରିବା ସହ ୧୮ ରେ ଉତ୍ତର ଓଡ଼ିଶା ତଥା ପଶ୍ଚିମବଙ୍ଗ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ପହଞ୍ଚିବ।

ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ବିଶେଷ କରି ୧୮ ତାରିଖ ଦିନ ବାଲେଶ୍ବର, ଭଦ୍ରକ ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ଯାହାକୁ ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ଢେଙ୍କାନାଳରେ ପ୍ରବଳ ବର୍ଷା ନେଇ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା