Masthead

ଟ୍ରେନ ଓ ୨ଟି ବିମାନକୁ ବୋମା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନକୁ ଆଜି ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ବୋମା ଧମକ ପରେ ଲୋକଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ବିମାନଟି ତୁରନ୍ତ ଦିଲ୍ଲୀ ଆଡ଼କୁ ଡାଇଭର୍ଟ ହୋଇ ନିରାପଦରେ ଅବତରଣ କରିଥିଲା।। ଅବତରଣ ପରେ ବିମାନରୁ ଯାତ୍ରୀଙ୍କୁ ଓହ୍ଲାଇ ଯାଞ୍ଚ କରାଯାଉଛି। ତେବେ ଏପର୍ଯ୍ୟନ୍ତ କୌଣସି ବୋମା ମିଳିବା ଖବର ନାହିଁ। ଅନୁସନ୍ଧାନକାରୀ ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ଏବଂ ତଦନ୍ତ ଜାରି ରହିଛି।

ଏୟାର ଇଣ୍ଡିଆ ବିମାନ ରାତି ୨ ଟାରେ ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରୁ ନ୍ୟୁୟର୍କ ଅଭିମୁଖେ ଯାତ୍ରା କରିଥିଲା। ବିମାନ ଉଡ଼ିବାର କିଛି ସମୟ ପରେ ବିମାନରେ ବୋମା ଥିବା ଧମକ ମିଳିଥିଲା। ଏହି ଧମକ ପରେ ସୁରକ୍ଷା ଦୃଷ୍ଟିରୁ ବିମାନଟି ଦିଲ୍ଲୀ ଆଡକୁ ମୁହାଁଇଥିଲା। ଅଧିକାରୀ କହିଛନ୍ତି ଯେ ଏହି ବିମାନଟି ବର୍ତ୍ତମାନ ନୂଆଦିଲ୍ଲୀର ଇନ୍ଦିରା ଗାନ୍ଧୀ ଅନ୍ତର୍ଜାତୀୟ ବିମାନବନ୍ଦରରେ ରହିଛି ଏବଂ ଯାତ୍ରୀ ଓ କର୍ମଚାରୀଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ସମସ୍ତ ମାନକ ସୁରକ୍ଷା ପ୍ରୋଟୋକଲ ପାଳନ କରାଯାଉଛି।

ସେପଟେ ମୁମ୍ବାଇ-ହାଓଡା ମେଲ୍ ଟ୍ରେନକୁ ବି ମିଳିଛି ବୋମା ଧମକ । ବୋମା ଧମକ ପରେ ଟ୍ରେନ ଓ ବିମାନରେ ସୁରକ୍ଷା ଯାଞ୍ଚ କଡ଼ାକଡ଼ି କରାଯାଇଛି । ଜଳଗାଁ ଷ୍ଟେସନରେ ଯାଞ୍ଚ ପରେ ଗଡ଼ିଲା ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା