Masthead

ବାୟୁ ପ୍ରଦୂଷଣ, ୨ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାୟୁ ପ୍ରଦୂଷଣ ନେଲା ଘାତକ ରୂପ । ଥାଇଲାଣ୍ଡରେ ଚଳିତ ସପ୍ତାହରେ ବାୟୁ ପ୍ରଦୂଷଣ ଭୟଙ୍କର ରୂପ ନେଇଛି । ୨ ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବିଷାକ୍ତ ପବନ ଯୋଗୁଁ ଲୋକଙ୍କୁ ନିଶ୍ୱାସ ନେବା ପାଇଁ କଷ୍ଟ ହେଉଛି । ଯେଉଁଥି ପାଇଁ ୨ ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଲୋକମାନଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ରାଜଧାନୀ ବ୍ୟାଙ୍କକର ସ୍ଥିତି ସବୁଠାରୁ ସଂଗୀନ ହୋଇପଡିଛି ।

କଳକାରଖାନାରୁ ବାହାରୁଥିବା ଧୂଆଁ ଓ ଗାଡି ମୋଟରରୁ ବାହାରୁଥିବା ଧୂଆଁ ଏହି ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ବୋଲି କୁହାଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ବାୟୁ ପ୍ରଦୂଷଣର ପରିଣାମ ସ୍ୱରୂପ ଚଳିତବର୍ଷ ଆରମ୍ଭରୁ ୧.୩ ମିଲିୟନରୁ ଅଧିକ ଲୋକ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ଡାକ୍ତର କହିଛନ୍ତି କି ଘରୁ ବାହାରକୁ ବାହାରିବା ପୂର୍ବରୁ ଲୋକମାନେ ଉଚ୍ଚଗୁଣବତା ଏନ-୯୫ ମାସ୍କ ପିନ୍ଧିବା ଜରୁରୀ । ଏହାସହ ଏବେ ଦେଶରେ ୱାର୍କ ଫ୍ରମ ହୋମକୁ ଗୁରୁତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା