Masthead

ବାୟୁ ପ୍ରଦୂଷଣ, ୨ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ବାୟୁ ପ୍ରଦୂଷଣ ନେଲା ଘାତକ ରୂପ । ଥାଇଲାଣ୍ଡରେ ଚଳିତ ସପ୍ତାହରେ ବାୟୁ ପ୍ରଦୂଷଣ ଭୟଙ୍କର ରୂପ ନେଇଛି । ୨ ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ବିଷାକ୍ତ ପବନ ଯୋଗୁଁ ଲୋକଙ୍କୁ ନିଶ୍ୱାସ ନେବା ପାଇଁ କଷ୍ଟ ହେଉଛି । ଯେଉଁଥି ପାଇଁ ୨ ଲକ୍ଷ ଲୋକ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ଲୋକମାନଙ୍କୁ ଘରୁ ନବାହାରିବା ପାଇଁ ପରାମର୍ଶ ଦିଆଯାଇଛି । ରାଜଧାନୀ ବ୍ୟାଙ୍କକର ସ୍ଥିତି ସବୁଠାରୁ ସଂଗୀନ ହୋଇପଡିଛି ।

କଳକାରଖାନାରୁ ବାହାରୁଥିବା ଧୂଆଁ ଓ ଗାଡି ମୋଟରରୁ ବାହାରୁଥିବା ଧୂଆଁ ଏହି ବାୟୁ ପ୍ରଦୂଷଣର ମୁଖ୍ୟ କାରଣ ବୋଲି କୁହାଯାଉଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସୂଚନା ମୁତାବକ ବାୟୁ ପ୍ରଦୂଷଣର ପରିଣାମ ସ୍ୱରୂପ ଚଳିତବର୍ଷ ଆରମ୍ଭରୁ ୧.୩ ମିଲିୟନରୁ ଅଧିକ ଲୋକ ରୋଗରେ ଆକ୍ରାନ୍ତ ହୋଇଛନ୍ତି । ଏନେଇ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ଜଣେ ଡାକ୍ତର କହିଛନ୍ତି କି ଘରୁ ବାହାରକୁ ବାହାରିବା ପୂର୍ବରୁ ଲୋକମାନେ ଉଚ୍ଚଗୁଣବତା ଏନ-୯୫ ମାସ୍କ ପିନ୍ଧିବା ଜରୁରୀ । ଏହାସହ ଏବେ ଦେଶରେ ୱାର୍କ ଫ୍ରମ ହୋମକୁ ଗୁରୁତ୍ୱ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ