Masthead

ମାଲକାନଗିରିରେ ପୁଣି ଭୁଷୁଡ଼ିଲା ଏୟାରପୋର୍ଟ ପାଚେରୀ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲାରେ ନବ ନିର୍ମିତ ହୋଇଥବା ବିମାନ ବନ୍ଦରର ପାଚେରୀ ପୁଣି ଥରେ ବର୍ଷା ପବନ ଯୋଗୁଁ ଭୁଶୁଡି ପଡିଥିବା ଦେଖାଦେଇଛି । ନିମ୍ନମାନର କାମ ଯୋଗୁଁ ଗତକାଲି ରାତିରେ ମାଲକାନଗିରି ଜିଲ୍ଲାରେ ହୋଇଥବା ବର୍ଷା ଯୋଗୁଁ ମାଟି ଧୋଇ ହୋଇଯିବାରୁ ବିମାନ ବନ୍ଦରର ବିଭିନ୍ନ ସ୍ଥାନରେ ପ୍ରାୟ ୫୦ ମିଟରରୁ ଉର୍ଦ୍ଧ୍ବ ଲମ୍ବା ପାଚେରୀ ଭୁଶୁଡି ପଡିଛି। ତେବେ ଏହି ବିମାନ ବନ୍ଦର କାର୍ଯ୍ୟ ବର୍ତ୍ତମାନ ସୁଦ୍ଧା ସମ୍ପୂର୍ଣ୍ଣ ରୂପେ ଶେଷ ହୋଇ ନଥିବା ବେଳେ ଆହୁରି କିଛି କାର୍ଯ୍ୟ ବାକି ରହିଛି ।

ଏହାରି ମଧ୍ୟରେ ଏପରି ପାଚେରୀ ଭୁଶୁଡି ପଡିବା କାର୍ଯ୍ୟର ମାନ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏଠାରେ ପାଚେରୀ ଭଶୁଡିବା ନୂଆ କଥା ନୁହେଁ, କାରଣ ପୂର୍ବରୁ ମଧ୍ୟ ଏଠାରେ ପାଚେରୀ ଭାଙ୍ଗି ୨ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ବିମାନ ବନ୍ଦର କାର୍ଯ୍ୟକ୍ଷମ ହେବା ପୂର୍ବରୁ ବାରମ୍ବାର ପାଚେରୀ ଭୁଷୁଡ଼ିଲା ନେଇ ନାନା ପ୍ରଶ୍ନ ସୃଷ୍ଟି ହୋଇଛି। ବିମାନ ବନ୍ଦରରେ ନିମ୍ନ ମାନର କାର୍ଯ୍ୟ ହେଉଥବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେବେ ଦୁଇ ଦୁଇଥର ଗୋଟିଏ ନବ ନିର୍ମିତ ବିମାନ ବନ୍ଦରର ପାଚେରୀ ଭାଙ୍ଗିବା ବିଭାଗୀୟ ଅଧୂକାରୀଙ୍କ କାର୍ଯ୍ୟଶୈଳୀ ଓ ଠିକାଦାରଙ୍କ ନିର୍ମାଣ କାର୍ଯ୍ୟ ଉପରେ ପ୍ରଶ୍ନବାଚୀ ସୃଷ୍ଟି କରଥିବା ବେଳେ ଏହାର ଏକ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ବୁଦ୍ଧିଜୀବୀ ମହଲରେ ଦାବି ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା