କାବୁଲ ଏୟାରପୋର୍ଟରେ ଏୟାରଷ୍ଟ୍ରାଇକ୍: ଆତଙ୍କୀଙ୍କୁ ଟାର୍ଗେଟ କରି ଆମେରିକାର ରକେଟ୍ ମାଡ଼

(ବଡ଼ ଖବର ବ୍ୟୁରୋ): ପୁଣି ଥରିଲା କାବୁଲ ଏୟାରପୋର୍ଟ । କାବୁଲ ଏୟାରପୋର୍ଟରେ ରକେଟ ମାଡ କରିଛି ଆମେରିକା । ଆଫଗାନିସ୍ତାନର ରାଜଧାନୀ କାବୁଲସ୍ଥିତ ହମିଦ୍ କାରଜାଇ ଅନ୍ତର୍ଜାତୀୟ ବିମାନବନ୍ଦର ନିକଟରେ ପୁଣି ଥରେ ଆତଙ୍କବାଦୀ ଆକ୍ରମଣ ହୋଇଛି । ଅନ୍ତର୍ଜାତୀୟ ଗଣମାଧ୍ୟମର ଖବର ଅନୁସାରେ ଆଇଏସଆଇଏସ-ଖୁରାସନ ଆତଙ୍କବାଦୀଙ୍କ ଗାଡିକୁ ଟାର୍ଗେଟ କରି ଏୟାରଷ୍ଟ୍ରାଇକ କରିଛି ଆମେରିକା । ଆଇଏସଆଇଏସ-କେ ଆତଙ୍କବାଦୀଙ୍କ ଟାର୍ଗେଟରେ ଥିଲା କାବୁଲ ବିମାନବନ୍ଦର । କାବୁଲ ଏୟାରପୋର୍ଟକୁ ଆତଙ୍କବାଦୀ ଆସୁଥିବା ଗାଡିକୁ ଚିହ୍ନଟ କରିବା ପରେ ରକେଟ୍ ମାଡ କରିଛନ୍ତି ଆମେରିକା ସେନା । ଏହି ପାଲଟା ଆକ୍ରମଣରେ ଜଣେ ଶିଶୁ ସମେତ ୨ ଜଣଙ୍କ ମୃତ୍ୟୁ ଓ ୩ ଜଣ ଆହତ ହୋଇଥିବା ସୂଚନା ମିଳିଛି ।

ରକେଟ ମାଡରେ ସମଗ୍ର ଅଞ୍ଚଳ ଧୂଆଁ ମୟ ହୋଇଯାଇଥିଲା । ଜନବସତି ଉପରେ ଆକ୍ରମଣ ହୋଇଥିବାରୁ ଆତଙ୍କିତ ହୋଇପଡିଛନ୍ତି ଲୋକେ । ଏହାପୂର୍ବରୁ କାବୁଲ ବିମାନବନ୍ଦର ନିକଟରେ ଗୁରୁବାର ସିରିଜ୍ ବିସ୍ଫୋରଣ ହୋଇଥିଲା । ଏଥିରେ ୧୬୯ ଆଫଗାନ ନାଗରିକଙ୍କ ସମେତ ୧୩ ଆମେରିକୀୟ ସୈନ୍ୟଙ୍କର ଜୀବନ ଯାଇଥିଲା । ବହୁ ସଂଖ୍ୟାରେ ଲୋକ ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’