ଟେନସନରେ ଅଜିତ ପାୱାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନ୍ୟାସନାଲ କଂଗ୍ରେସ ପାର୍ଟି (ଏନ୍‌ସିପି)କୁ ଝଟ୍‌କା ଲାଗିଛି। ପିମ୍ପ୍ରି-ଚିଞ୍ଚଓ୍ବାଡର ୨୯ ଜଣ କାଉନସିଲରରୁ ଅଜିତ ପାୱାରଙ୍କ ହାତ ଛାଡି ଶରଦ ପାୱାରଙ୍କ ଏନ୍‌ସିପିରେ ସାମିଲ ହୋଇଥିଲେ। ଗତକାଲି ଦଳ ଛାଡିଛନ୍ତି ୪ ତୁଙ୍ଗ ନେତା । ଖୁବ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ହେଉଛନ୍ତି ଏନସିପିର ପିମ୍ପରି-ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର ।

ତେବେ ଗୁରୁବାର ଅଜିତ ପିମ୍ପ୍ରି-ଚିଞ୍ଚୱାଡର ଦଳୀୟଙ୍କ ନେତାଙ୍କ ସହ ଏକ ରୁଦ୍ଧଦ୍ୱାରା ବୈଠକ କରିଛନ୍ତି। ଏହି ବୈଠକରେ ସେ ଦଳୀୟ ନେତାଙ୍କୁ ବୁଝାଇବା ଉପରେ ଜୋର ଦେଇଥିଲେ। ଲୋକ ସଭା ନିର୍ବାଚନରେ ଅଜିତ ପାୱାରଙ୍କ ଦଳର ଶୋଚନୀୟ ପ୍ରଦର୍ଶନ ପରେ ଦଳରେ ଚାପ ବଢ଼ୁଛି। ଏହି ଦଳ ଗୋଟିଏ ଲୋକ ସଭା ଆସନ ଜିତିବାକୁ ସକ୍ଷମ ହୋଇଥିବାବେଳେ ଶରଦଙ୍କ ଦଳ ୮ଟି ଆସନରେ ବିଜୟୀ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ