Masthead

ଟେନସନରେ ଅଜିତ ପାୱାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ନ୍ୟାସନାଲ କଂଗ୍ରେସ ପାର୍ଟି (ଏନ୍‌ସିପି)କୁ ଝଟ୍‌କା ଲାଗିଛି। ପିମ୍ପ୍ରି-ଚିଞ୍ଚଓ୍ବାଡର ୨୯ ଜଣ କାଉନସିଲରରୁ ଅଜିତ ପାୱାରଙ୍କ ହାତ ଛାଡି ଶରଦ ପାୱାରଙ୍କ ଏନ୍‌ସିପିରେ ସାମିଲ ହୋଇଥିଲେ। ଗତକାଲି ଦଳ ଛାଡିଛନ୍ତି ୪ ତୁଙ୍ଗ ନେତା । ଖୁବ ଶୀଘ୍ର ଶରଦ ପାୱାରଙ୍କ ଏନସିପିରେ ମିଶିବେ ବୋଲି ଚର୍ଚ୍ଚା ହେଉଛି। ଇସ୍ତଫା ଦେଇଥିବା ୪ ନେତା ହେଉଛନ୍ତି ଏନସିପିର ପିମ୍ପରି-ଚିଞ୍ଚୱାଡ ୟୁନିଟ ମୁଖ୍ୟ ଅଜିତ ଗହୱାନେ, ଛାତ୍ର ୱିଙ୍ଗ ପ୍ରମୁଖ ୟଶ ସାନେ, ପୂର୍ବତନ କର୍ପୋରେଟର ରାହୁଲ ଭୋନସଲେ ଓ ପଙ୍କଜ ଭାଲେକର ।

ତେବେ ଗୁରୁବାର ଅଜିତ ପିମ୍ପ୍ରି-ଚିଞ୍ଚୱାଡର ଦଳୀୟଙ୍କ ନେତାଙ୍କ ସହ ଏକ ରୁଦ୍ଧଦ୍ୱାରା ବୈଠକ କରିଛନ୍ତି। ଏହି ବୈଠକରେ ସେ ଦଳୀୟ ନେତାଙ୍କୁ ବୁଝାଇବା ଉପରେ ଜୋର ଦେଇଥିଲେ। ଲୋକ ସଭା ନିର୍ବାଚନରେ ଅଜିତ ପାୱାରଙ୍କ ଦଳର ଶୋଚନୀୟ ପ୍ରଦର୍ଶନ ପରେ ଦଳରେ ଚାପ ବଢ଼ୁଛି। ଏହି ଦଳ ଗୋଟିଏ ଲୋକ ସଭା ଆସନ ଜିତିବାକୁ ସକ୍ଷମ ହୋଇଥିବାବେଳେ ଶରଦଙ୍କ ଦଳ ୮ଟି ଆସନରେ ବିଜୟୀ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା