Masthead

ରିମାଣ୍ଡରେ ଯିବେ ଆକାଶ

ଭୁବନେଶ୍ୱର(ବଡ଼ ଖବର ବୁରୋ): ଟାଟା ମୋଟର୍ସର ନକଲି ଏମଡି ସାଜି କୋଟି କୋଟି ଟଙ୍କା ଠକେଇ କରିଥିବା ଆକାଶ ପାଠକଙ୍କୁ ଆଜିଠାରୁ ରିମାଣ୍ଡରେ ନେବ କ୍ରାଇମବ୍ରାଂଚ । ଏହି ମାମଲାରେ ଅଧିକ ଖୋଲତାଡ ପାଇଁ ଆକାଶଙ୍କୁ ୫ ଦିନ ରିମାଣ୍ଡରେ ନେବା ପାଇଁ ଭୁବନେଶ୍ୱର ଏସଡିଜେଏମ୍ କୋର୍ଟ ଅନୁମତି ପ୍ରଦାନ କରିଛନ୍ତି । ଝାରପଡା ଜେଲରୁ ଆକାଶଙ୍କୁ ବ୍ରାଇମବ୍ରାଂଚ ମୁଖ୍ୟାଳୟ ନିଆଯିବ । ଏହାପୂବରୁ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ଜଣାପଡିଛି । ଏହାସହ ଆକାଶଙ୍କ ବ୍ୟକ୍ତିଗତ ସହାୟକ ଡେଭିଡ୍ ପିଟର ଓ ଆକାଶଙ୍କୁ ମୁହାଁମୁହିଁ ଜେରା କରାଯିବ । ଟାଟା ମୋଟର୍ସ ଠକେଇ ସଂକ୍ରାନ୍ତରେ ପିଟର ଯେଉଁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଦେଇଛି ତାକୁ ନେଇ ଜେରା କରାଯିବ । ଠକେଇ ସଂକ୍ରାନ୍ତରେ ଅଧିକରୁ ଅଧିକ ପ୍ରମାଣ ସଂଗ୍ରହ କରିବ ତଦନ୍ତକାରୀ ଟିମ୍ । କ୍ରାଇମବ୍ରାଂଚ ପରେ କମିସନରେଟ ପୋଲିସ ଏହି ମାମଲାରେ ଆକାଶଙ୍କୁ ରିମାଣ୍ଡରେ ନେବ । ଅନ୍ୟପଟେ ଆକାଶଙ୍କ ଭାବି ଶ୍ୱଶୁର ତଥା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ମଧ୍ୟ ରିମାଣ୍ଡରେ ଆଣି କ୍ରାଇମବ୍ରାଂଚ ଜେରା କରିପାରେ ବୋଲି ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା