Masthead

ଆଖଣ୍ଡଳମଣିରେ ଲାଗିଛି କାଉଡିଆ ଭକ୍ତଙ୍କ ଭିଡ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଶ୍ରାବଣ ମାସର ଦ୍ୱିତୀୟ ସୋମବାରରେ ଭଦ୍ରକ ଆଖଣ୍ଡଳମଣି ପୀଠରେ ଲାଗିରହିଛି ହଜାର ହଜାର କାଉଡିଆଙ୍କ ଗହଳି । ରାଜ୍ୟର ବିଭିନ୍ନ ସ୍ଥାନରୁ ଆସିଥିବା କାଉଡିଆମାନଙ୍କ ଭିଡ ଜମିଛି । ଆଜି ଭୋରରୁ ରୀତିନୀତି ଅନୁଯାୟୀ ପହଡ ଖୋଲିବା ପରେ ମଙ୍ଗଳ ଆଳତୀ, ମହାସ୍ନାନ ଓ ଘର୍ଷଣ ଲାଗି ସରିବା ପରେ କାଉଡିଆ ଭକ୍ତମାନେ ସ୍ୱତନ୍ତ୍ର ବ୍ୟାରିକେଡରେ ଯାଇ ବାବାଙ୍କୁ ଦର୍ଶନ କରୁଛନ୍ତି ।

ଏଥିପାଇଁ ଜିଲ୍ଲା ଓ ମନ୍ଦିର ପ୍ରଶାସନ ପକ୍ଷରୁ ପୀଠରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ବିଶେଷକରି ଜଳ ପଥରେ ଆସୁଥିବା କାଉଡିଆଙ୍କ ସୁରକ୍ଷିତ ଯାତାୟତ ପାଇଁ ଅଧିକ ସଂଖ୍ୟକ ମଟର ଚାଳିତ ଡଙ୍ଗା ନିୟୋଜିତ କରାଯାଇଥିବା ବେଳେ ନଦୀର ଉଭୟ ପାଶ୍ୱର୍ରେ ଅଗ୍ନିଶମ ବାହିନୀ ଓ ଓଡ୍ରାଫ ଟିମ୍ ମୁତୟନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ