କଂଗ୍ରେସ ଭଳି ବିଜେପି ମଧ୍ୟ ଶେଷ ହେବ: ଅଖିଳେଶ ଯାଦବ

କୋଲକାତା (ବଡ଼ ଖବର ବ୍ୟୁରୋ): କଂଗ୍ରେସ , ବିଜେପିକୁ ଟାର୍ଗେଟ କରିଛନ୍ତି ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ । କୋଲକାତାରେ ଏକ ଗଣମାଧ୍ୟମ ସମ୍ମିଳନୀକୁ ସମ୍ବୋଧିତ କରି ଅଖିଳେଶ କହିଛନ୍ତି ଯେ ବିରୋଧୀ ଦଳ ବିରୋଧରେ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର ଯୋଗୁ ବିଜେପି ଆଗାମୀ ଦିନରେ କଂଗ୍ରେସ ପରି ରାଜନୈତିକ ସ୍ତରରେ ସମାପ୍ତ ହେବ। ଜାତି ଜନଗଣନା ଉପରେ ଗୁରୁତ୍ୱ ଦେଇ ଅଖିଳେଶ କହିଛନ୍ତି ଯେ ଏହା ୨୦୨୪ ଲୋକସଭା ନିର୍ବାଚନରେ ଏକ ପ୍ରମୁଖ ପ୍ରସଙ୍ଗ ହେବ।

ପୂର୍ବରୁ କଂଗ୍ରେସ କେନ୍ଦ୍ରୀୟ ଏଜେନ୍ସିର ଅପବ୍ୟବହାର କରୁଥିଲା ଏବଂ ବର୍ତ୍ତମାନ ବିଜେପି ମଧ୍ୟ ତାହା କରୁଛି। କଂଗ୍ରେସ ବର୍ତ୍ତମାନ ଶେଷ ହୋଇଛି। ଭାଜପାର ମଧ୍ୟ ସମାନ ସ୍ଥିତି ହେବାକୁ ଯାଉଛି। ୟୁପିଏ-୨ ଶାସନ ସମୟରେ ଜାତି ଭିତ୍ତିକ ଜନଗଣନା କରିବାକୁ କଂଗ୍ରେସ ପ୍ରତିଶ୍ରୁତି ଦେଇଥିବାବେଳେ ଦଳ ନିଜ ଲକ୍ଷ୍ୟରୁ ଦୂରେଇ ଯାଇଥିଲା। ଅଖିଳେଶ କହିଛନ୍ତି, ’ଆମେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଜାତିଗତ ଜନଗଣନା କରନ୍ତୁ ବୋଲି ଚାହୁଁଛୁ। ଅନେକ ନେତା ଏହା ଦାବି କରୁଛନ୍ତି। କିନ୍ତୁ କଂଗ୍ରେସ ପରି ଭାଜପା ମଧ୍ୟ ଏହା କରିବାକୁ ଆଗ୍ରହୀ ନୁହଁନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ