Masthead

କାଳବୈଶାଖୀ ପାଇଁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତା ୨୯ ଯାଏ କାଳବୈଶାଖୀ ବର୍ଷା ସମ୍ଭାବନା । ୩୦ରୁ ୪୦କିମି ବେଗରେ ପବନ ବହିବ । ବଜ୍ରପାତ ଆଶଙ୍କା । ଶନିବାର ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ଅଧିକ ବର୍ଷା ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ରବିବାର ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଝାରସୁଗୁଡ଼ା ଓ ସମ୍ବଲପୁରରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିପାରେ ।

୨୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, କଳାହାଣ୍ଡି ଓ କନ୍ଧମାଳରେ ଘଡ଼ଘଡ଼ି ଓ ବର୍ଷା ସହିତ ୩୦ରୁ ୪୦କିମି ବେଗରେ ପବନ ବୋହିବ । ୨୭ ରେ କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ହେବାର ସମ୍ଭାବନା ଅଛି । ୨୮ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା ଓ କଳାହାଣ୍ଡିରେ ଅଧିକ ବର୍ଷା ହୋଇପାରେ ସେହିପରି ୨୯ରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ସାଙ୍ଗକୁ ଜୋରରେ ପବନ ବୋହିପାରେ ।

ଆରବସାଗର ଓ ବଙ୍ଗୋପସାଗର ଅଞ୍ଚଳରୁ ରାଜ୍ୟ ମଧ୍ୟକୁ ପ୍ରବେଶ କରିଥିବା ଜଳୀୟ ବାଷ୍ପ ପ୍ରଭାବରେ ଗତ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ବ୍ୟାପକ ବର୍ଷା ହୋଇଛି । ଉତ୍ତର ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା