Masthead

ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକ୍ରିୟ ମୌସୁମୀ ରାଜ୍ୟରେ ବର୍ଷାର ପ୍ରକୋପ ଆସନ୍ତା ୭ ତାରିଖ ଯାଏଁ ଜାରି ରହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁରରେ ସୋନପୁର, କଳାହାଣ୍ଡି ଓ କୋରାପୁଟକୁ ଅରେଞ୍ଜ ଆଲର୍ଟ ଦିଆଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, ଅନୁଗୁଳ, ବଲାଙ୍ଗିରରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ସକାଳ ୮ଟା ୩୦ ଯାଏଁ ରାଜ୍ୟର ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । କୋରାପୁଟ, କଳାହାଣ୍ଡି, ସୋନପୁର, ସମ୍ୱଲପୁର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଏହି ୭ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ସେହି ସମୟରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ । ସ୍ଥାନେ ସ୍ଥାନେ ୭ରୁ ୨୦ ସେଣ୍ଟିମିଣ୍ଟର ଯାଏ ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ୫ରୁ ୭ ତାରିଖ ଯାଏଁ ଅଧିକ ବର୍ଷା ହେବା ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶା ଓ ପାର୍ଶ୍ୱବର୍ତ୍ତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି