Masthead

ମୁଖ୍ୟମନ୍ତ୍ରୀଙ୍କ ବୟସ ହେଲାଣି, ଅବସର ନେଇଯିବା ଉଚିତ୍: ଅଳକା ଲାମ୍ବା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ମହିଳା କଂଗ୍ରେସର ଗର୍ଜନ । ରାଜଧାନୀରେ ସମାବେଶ କରି ଗର୍ଜିଲେ କଂଗ୍ରେସ ମହିଳା ସଭାନେତ୍ରୀ ଅଳକା ଲାମ୍ବା । କହିଲେ , ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ ସମୂଳେ ଓପାଡି ଫୋପାଡିବାକୁ ପଡିବ । ଓଡ଼ିଶାରେ କେନ୍ଦ୍ର ଓ ରାଜ୍ୟର ମେଣ୍ଟ ସରକାର ଚାଲିଛି । ଓଡ଼ିଶାରେ ମହିଳାମାନେ ଶୋଷଣ ଓ ନିର୍ଯାତନାର ଶିକାର ହେଉଛନ୍ତି । ରାଜ୍ୟ ସରକାର ଯୁବକ, କୃଷକ ଓ ମହିଳାଙ୍କୁ ନ୍ୟାୟ ଦେବାରେ ବିଫଳ ।

ମୁଖ୍ୟମନ୍ତ୍ରୀଙ୍କ ବୟସ ହେଲାଣି, ଅବସର ନେଇଯିବା ଉଚିତ୍ । ଖାଲି ସେତିକି ନୁହେଁ ବିଧାନସଭା ଓ ଲୋକସଭା ଆସନରେ ୫୦ ପ୍ରତିଶତ ମହିଳା ପ୍ରାର୍ଥୀ ଦେବ କଂଗ୍ରେସ । ୩୩ ନୁହେଁ ୫୦ ପ୍ରତିଶତ ମହିଳାଙ୍କୁ ଟିକେଟ ଦେବ ଦଳ । ଏହାସହ ନାରୀ ନିର୍ଯାତନା ଓ ହିଂସା ପ୍ରସଙ୍ଗରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ଅଳକା ଲାମ୍ବା । ନିକଟରେ ରାହୁଲ ଗାନ୍ଧୀ ଓଡିଶା ଗସ୍ତରେ ଆସି ଦଳୀୟ କର୍ମୀଙ୍କୁ ଗୁରୁ ମନ୍ତ୍ର ଦେଇଥିଲେ ।

ତାଙ୍କ ପରାମର୍ଶ ଅନୁଯାୟୀ ଓଡ଼ିଶାରେ ମହିଳା ଓ କଂଗ୍ରେସର ମହିଳା ନେତ୍ରୀମାନଙ୍କୁ ରଣନୀତି ସମ୍ପର୍କରେ ଅବଗତ କରାଯିବ ବୋଲି ଅଳକା ଲାମ୍ବା କହିଛନ୍ତି । ସେପଟେ ଭୁବନେଶ୍ୱରରେ ମହିଳା କଂଗ୍ରେସ-ପୋଲିସ ଧସ୍ତାଧସ୍ତି ହୋଇଛନ୍ତି । ନବୀନ ନିବାସ ଯାଉଥିବା ମହିଳା କଂଗ୍ରେସ କର୍ମୀଙ୍କୁ ଅଟକାଇଛି ପୋଲିସ । ପୋଲିସ ବ୍ୟାରିକେଡ ଡେଇଁ ଆଗକୁ ଯିବାକୁ କଂଗ୍ରେସ କର୍ମୀଙ୍କ ଉଦ୍ୟମ କରୁଥିବାବେଳେ ଉଭୟ ପକ୍ଷ ମଧ୍ୟରେ ଧସ୍ତାଧସ୍ତି ଠେଲାପେଲା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି