Masthead

ସବୁ ଡଙ୍ଗାବୁଡ଼ା ଏକାଠି ଭେଟ: ସୁର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): କଂଗ୍ରେସର କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ବିଜେଡିରେ ମିଶିବା ନେଇ ବେଶ୍ ଚର୍ଚ୍ଚା ବି ହେଉଛି। ତେବେ ଯେଉଁମାନେ କଂଗ୍ରେସ ଛାଡ଼ିଛନ୍ତି ସେମାନଙ୍କ ଉପରେ ବର୍ଷି ଜଟଣୀ ବିଧାୟକ ସୁରେଶ ରାଉତରାୟ କହିଛନ୍ତି ‘ସବୁ ଡଙ୍ଗାବୁଡ଼ା ଏକାଠି ଭେଟ’।  ଅର୍ଥାତ୍ ସେ ପ୍ରଦୀପ ମାଝୀଙ୍କ କଥା ହେଉ କି ଚନ୍ଦ୍ରଶେଖର ମାଝୀ ହୁଅନ୍ତୁ କି କୈଳାସ କୁଲେଶିକା ହୁଅନ୍ତୁ। ପ୍ରାୟତ ସମସ୍ତେ କଂଗ୍ରେସ ଛାଡ଼ିବା ପରେ ବିଜେଡିରେ ମିଶିଛନ୍ତି। ତେଣୁ ଯେଉଁ କଂଗ୍ରେସ ନେତା ମାନଙ୍କୁ ନେଇ ବିଜେଡି ତାର କଳେବର ବୃଦ୍ଧି କଥା କହୁଛି ସେ ସଜାଗ ହେଇଯାଉ । ବିଜେଡିର ଭେଳା ବୁଡ଼ିବା ସମୟ ଆସିଗଲାଣି ତେଣୁ ନବୀନ ସଜାଗ ହୋଇଯାଆନ୍ତୁ ବୋଲି କରିଛନ୍ତି ସୁର।

ସେପଟେ ପ୍ରଦୀପଙ୍କ ଇସ୍ତଫା ପ୍ରସଙ୍ଗରେ କଂଗ୍ରେସର ବରିଷ୍ଠ ନେତା ତଥା ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତି ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ପ୍ରଦୀପଙ୍କ ଇସ୍ତଫା କଂଗ୍ରେସର କିଛି କ୍ଷତି କରିବନି। କିଛି ସଦସ୍ୟଙ୍କୁ ଦଳ ସସ୍‌ପେଣ୍ଡ କରିବା ପୂର୍ବରୁ ସେମାନେ ଇସ୍ତଫା ଦେଇ ପଳାଉଛନ୍ତି। ଯଦି ପ୍ରଦୀପ ମାଝୀ ପ୍ରକୃତରେ ଲୋକମାନଙ୍କ ପାଇଁ କାମ କରୁଥିଲେ ତେବେ ସେ ଦୁଇ ଦୁଇ ଥର ଯାରିଲେ କେମିତି ?

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ