Masthead

ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ ଦ୍ୱାର… ଶପଥ ନେବା ପରେ ପ୍ରତିଶ୍ରୁତି ପାଳନ କଲେ ମୁଖ୍ୟମନ୍ତ୍ରୀ

ପୁରୀ(ବଡ଼ ଖବର ବ୍ୟୁରୋ): ସବୁ ପ୍ରତିକ୍ଷାର ଅନ୍ତ ଘଟି ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର ୪ଦ୍ୱାର । ଯାହାକୁ ଏ ଆଖି ଦେଖିବାକୁ ଚାହୁଁଥିଲା, ଯାହାକୁ କୋଟି କୋଟି ଓଡ଼ିଆ ଅପେକ୍ଷା କରିଥିଲେ ସେଇ ମୁହୂର୍ତ୍ତ ଆଜି ଆସିଛି। ମହାପ୍ରଭୁଙ୍କ ମଙ୍ଗଳ ଆଳତି ପରେ ଭକ୍ତଙ୍କ ପାଇଁ ଆଜି ସକାଳେ ଖୋଲିଛି ଶ୍ରୀମନ୍ଦିରର ୪ ଦ୍ୱାର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ ନୂତନ ମନ୍ତ୍ରି ପରିଷଦର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଖୋଲିଛି ଶ୍ରୀମନ୍ଦିରର ୪ଦ୍ୱାର। ଭକ୍ତ ଓ ଭଗବାନଙ୍କ ମଧ୍ୟରେ ଥିବା ଯେଉଁ ପ୍ରତିବନ୍ଧକ ଆଜି ହଟି ଯାଇଛି। ବିନା ବାଧାରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି ଭକ୍ତ।

୪ ଦ୍ୱାର ଖୋଲିବା ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଛନ୍ତି, ମହାପ୍ରଭୁଙ୍କ ଅପାର କରୁଣାରୁ ରାଜ୍ୟରେ ନୂଆ ସରକାର ଆସିଛି। ମହାପ୍ରଭୁଙ୍କ ଆଶୀର୍ବାଦରେ ୪ ଦ୍ୱାର ଖୋଲାଯାଇଛି। ଦର୍ଶନ କରିବା ସହ ମନ୍ଦିର ଭିତର ଓ ବାହାରର ସ୍ଥିତି ଅନୁଧ୍ୟାନ କରିଥିଲୁ। ଶୃଙ୍ଖଳିତ ଦର୍ଶନ ନେଇ ଯାହା ଆବଶ୍ୟକ ସମସ୍ତ ପଦକ୍ଷେପ ନେବୁ। କରୋନା ମହାମାରୀ ପରଠୁ ବନ୍ଦ ଥିବା ବ୍ୟବସ୍ଥାକୁ ଖୋଲିବାକୁ ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ବସିଥିବା କ୍ୟାବିନେଟରେ ନିଷ୍ପତ୍ତି ନେଇଥିଲା। ଯାହାକୁ ନିର୍ବାଚନ ପ୍ରଚାର ବେଳେ କହିଥିଲା ବିଜେପି, ଦାୟିତ୍ୱଗ୍ରହଣ କରିବାର ଘଣ୍ଟା କେଇଟା ମଧ୍ୟରେ ସେ ନେଇ ନିଷ୍ପତ୍ତି ନିଆ ହୋଇଛି। ଆଜି ସକାଳେ ମଙ୍ଗଳ ଆଳତି ପରେ ଶ୍ରଦ୍ଧାଳୁଙ୍କ ପାଇଁ ୪ ଦ୍ୱାରକୁ ଖୋଲା ଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି