Masthead

ଶେଷ ହେଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭା ଅଧିବେଶନ ପୂର୍ବରୁ ଆଜି ଶେଷ ହୋଇଛି ସର୍ବଦଳୀୟ ବୈଠକ । ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ , ଏବଂ ଶାସକ ଦଳର ମନ୍ତ୍ରୀବୃନ୍ଦ ଉପସ୍ଥିତ ଥିଲେ । କିନ୍ତୁ ଦଳରେ ଜଣେ ହେଲେ ବି କଂଗ୍ରେସ ବିଧାୟକଙ୍କୁ ଦେଖିବାକୁ ମିଳିନଥିଲା । ତେବେ ଆସନ୍ତା କାଲି ଆରମ୍ଭ ହେବାକୁ ଥିବା ଅଧିବେଶନରେ କିପରି ଶୃଙ୍ଖଳାର ସହ ଗୃହକାର୍ୟ୍ୟ ପରିଚାଳିତ ହେବ ନେଇ ମୁଖ୍ୟତଃ ବୈଠକରେ ଆଲୋଚନା ହୋଇଥିଲା ।

ବିଧାନସଭା କାର୍ଯ୍ୟକ୍ରମ କିପରି ସୁଚାରୁ ଭାବେ ସମ୍ପାଦନ ହେବ ସେଥିପାଇଁ ସମସ୍ତଙ୍କ ମତାମତକୁ ବିଚାରବିମର୍ଶ କରି ନିଷ୍ପତ୍ତି ନିଆଗଲା । ଆସନ୍ତାକାଲି ସକାଳ ୧୧ରୁ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ ବୋଲି କହିଛନ୍ତି ବାଚସ୍ପତି ସୁରମା ପାଢ଼ୀ । ଅନ୍ୟପଟେ ଆସନ୍ତା କାଲି ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ବିରୋଧୀ ଦଳମାନେ ଘେରିବାକୁ ଯୋଜନା କରିଥିବା ସୂଚନା ରହିଛି । ବିରୋଧୀଙ୍କ ପ୍ରଶ୍ନକୁ ସାମ୍ନା କରି କିପରି ଗୃହକୁ ସଠିକ ଭାବେ ପରିଚାଳନା କରାଯିବ ତାହା ବାଚସ୍ପତିଙ୍କ ପାଇଁ ବଡ ଚ୍ୟାଲେଞ୍ଜ ରହିବ ବୋଲି କୁହାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ