Masthead

ଆଜି ବସିବ ସର୍ବଦଳୀୟ ବୈଠକ, କାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ଆରମ୍ଭ ହେବ ବିଧାନସଭା ଶୀତ ଅଧିବେଶନ । ଏହା ପୂର୍ବରୁ ଆଜି ବିଧାନସଭାରେ ବସିବ ସର୍ବଦଳୀୟ ବୈଠକ। ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ସକାଳ ସାଢେ ୧୦ଟାରେ ବସିବ ବୈଠକ । ବୈଠକରେ ଯୋଗଦେବା ପୂର୍ବରୁ ଉଭୟ ଶାସକ ବିଜେପି, ବିରୋଧୀ ବିଜେଡି ଓ କଂଗ୍ରେସ ବିଧାୟକଙ୍କ ବୈଠକ ଅନୁଷ୍ଠିତ ହେବ ବୋଲି ସୂଚନା ମିଳିଛି । ବିଧାନସଭାକୁ ସୁରୁଖୁରୁରେ ଚଳାଇବା ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡିବେ ।

ସେପଟେ ଆଜିଠୁ ସଂସଦର ଶୀତକାଳୀନ ଅଧିବେଶନ। ଡିସେମ୍ବର ୨୦ ତାରିଖ ପର୍ଯ୍ୟନ୍ତ  ଚାଲିବ ଏହି ଅଧିବେଶନ। ଏହି ସମୟରେ ସରକାର ସବୁ ପ୍ରସଙ୍ଗରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ । ଅଧିବେଶନରେ ଅତି କମ୍‌ରେ ୧୬ଟି ବିଲ୍‌ ଉପରେ ଆଲୋଚନା ହେବାର ଅଛି । ରାଜ୍ୟସଭା ସଚିବାଳୟ ଅନୁଯାୟୀ ଅଧିବେଶ ସମୟରେ ଗୃହର ୧୯ଟି ବୈଠକ ବସିବ। ୱକଫ୍ ବିଲ୍ ମଧ୍ୟ ଲୋକସଭାରେ ଆଗତ ହୋଇପାରେ ।

ଶୀତକାଳୀନ ଅଧିବେଶନ ପୂର୍ବରୁ ଗତକାଲି ବସିଥିଲା ସର୍ବଦଳୀୟ ବୈଠକ। ଏଥିରେ ୩୦ଟି ଦଳର ପ୍ରତିନିଧି ସାମିଲ ହୋଇଥିଲେ। ରାଜନାଥ ସିଂହଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ ୪୨ ଜଣ ନେତା ଯୋଗ ହୋଇଥିଲେ। ଆଜି ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ , ବାଚସ୍ପତି ସୁରମା ପାଢୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ ଏହି ବୈଠକ ,ସକାଳ ୧୦.୩୦ରେ ଆରମ୍ଭ ହେବ ଏହି ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା