Masthead

ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ, ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି । ତେବେ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି । ଅଧିବେଶନ ଯେପରି ସୁରୁଖୁରରେ ଚାଲିବ, ସେ ନେଇ ସବୁ ଦଳଙ୍କ ସହ ଆଲୋଚନା କରିବେ ବାଚସ୍ପତି । ସେପଟେ ବିଧାନସଭାରେ ଶାସକ ଦଳକୁ ଗୃହରେ ଘେରିବା ଲାଗି ବିରୋଧୀ ଏଥର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି। ।

ଆଜି ଅପରାହ୍ନ ୪ଟାରେ ବିଜେପି ବିଧାୟକ ଦଳର ବୈଠକ ବସିବାର କାର୍ୟ୍ୟକ୍ରମ ରହିଛି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସେପଟେ କଂଗ୍ରେସର ବିଧାୟକ ଦଳ ବୈଠକ କାଲି ବସିବ । ବିଜେଡି ମଧ୍ୟ କାଲି ବିଧାୟକ ଦଳ ବୈଠକ କରିବ । ଅନ୍ୟପକ୍ଷରେ ଅଧିବେଶନ ଆରମ୍ଭ ଦିନ ୯ଟା ୩୦ ମିନିଟ୍‌ରେ ଉପବାଚସ୍ପତି ପଦ ଲାଗି ନିର୍ବାଚନ ସମୟ ରଖାଯାଇଥିବା ବେଳେ ଆଜି ନାମାଙ୍କନ ଦାଖଲ ଲାଗି ସ୍ଥିର ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା