ଆସନ୍ତାକାଲି ଠାରୁ ଆରମ୍ଭ ହେଉଛି ବିଧାନସଭା ଶୀତ ଅଧିବେଶନ, ଆଜି ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଠାରୁ ବିଧାନସଭାର ଶୀତ ଅଧିବେଶନ ଆରମ୍ଭ ହେଉଛି । ଏହି ଅଧିବେଶନ ଡିସେମ୍ବର ୩୦ ପର୍ଯ୍ୟନ୍ତ ଚାଲିବ। ଏଥିରେ ମୋଟ୍ ୩୦ଟି କାର୍ଯ୍ୟଦିବସ ରହିଛି । ତେବେ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ବାଚସ୍ପତି । ଅଧିବେଶନ ଯେପରି ସୁରୁଖୁରରେ ଚାଲିବ, ସେ ନେଇ ସବୁ ଦଳଙ୍କ ସହ ଆଲୋଚନା କରିବେ ବାଚସ୍ପତି । ସେପଟେ ବିଧାନସଭାରେ ଶାସକ ଦଳକୁ ଗୃହରେ ଘେରିବା ଲାଗି ବିରୋଧୀ ଏଥର ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉଠାଇପାରନ୍ତି। ।

ଆଜି ଅପରାହ୍ନ ୪ଟାରେ ବିଜେପି ବିଧାୟକ ଦଳର ବୈଠକ ବସିବାର କାର୍ୟ୍ୟକ୍ରମ ରହିଛି । ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ରଙ୍କ ଅଧ୍ୟକ୍ଷତାରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ସେପଟେ କଂଗ୍ରେସର ବିଧାୟକ ଦଳ ବୈଠକ କାଲି ବସିବ । ବିଜେଡି ମଧ୍ୟ କାଲି ବିଧାୟକ ଦଳ ବୈଠକ କରିବ । ଅନ୍ୟପକ୍ଷରେ ଅଧିବେଶନ ଆରମ୍ଭ ଦିନ ୯ଟା ୩୦ ମିନିଟ୍‌ରେ ଉପବାଚସ୍ପତି ପଦ ଲାଗି ନିର୍ବାଚନ ସମୟ ରଖାଯାଇଥିବା ବେଳେ ଆଜି ନାମାଙ୍କନ ଦାଖଲ ଲାଗି ସ୍ଥିର ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ