Masthead

ଆଜି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାଲିଠୁ ଆରମ୍ଭ ହେଉଛି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଶାସକ ଦଳକୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । ନୂଆ ମେଣ୍ଟର ନାମ ଘୋଷଣା କରିଛନ୍ତି ୨୬ ବିରୋଧୀ ଦଳ । ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ୨୦ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ଅଧିବେଶନକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

ଅଧିବେଶନ ଆରମ୍ଭର ପୂର୍ବ ସନ୍ଧ୍ୟାରେ ବିଭିନ୍ନ ଦଳର ନେତା ଏକାଠି ହେବା ପାରମ୍ପରିକ ଘଟଣା। ବୈଠକରେ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ସେହିପରି ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନଖଡ଼ ମଙ୍ଗଳବାରକୁ ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ଅନେକ ଦଳର ନେତା ଉପଲବ୍ଧ ନ ହେବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ୨୬ ବିରୋଧୀ ଦଳର ନେତାମାନେ ବେଙ୍ଗାଲୁରୁ ବୈଠକରେ ଏକାଠି ହୋଇଥିବାବେଳେ ଶାସକ ଏନଡିଏର ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’