Masthead

ଆଜି ସର୍ବଦଳୀୟ ବୈଠକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କାଲିଠୁ ଆରମ୍ଭ ହେଉଛି ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ । ଆଜି ବସିବ ସର୍ବଦଳୀୟ ବୈଠକ । ଶାସକ ଦଳକୁ ଘେରିବା ପାଇଁ ରଣନୀତି ପ୍ରସ୍ତୁତ କରିଛନ୍ତି ବିରୋଧୀ । ନୂଆ ମେଣ୍ଟର ନାମ ଘୋଷଣା କରିଛନ୍ତି ୨୬ ବିରୋଧୀ ଦଳ । ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ୨୦ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ ଡାକିଛନ୍ତି। ଉକ୍ତ ବୈଠକରେ ଅଧିବେଶନକୁ ନେଇ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ।

ଅଧିବେଶନ ଆରମ୍ଭର ପୂର୍ବ ସନ୍ଧ୍ୟାରେ ବିଭିନ୍ନ ଦଳର ନେତା ଏକାଠି ହେବା ପାରମ୍ପରିକ ଘଟଣା। ବୈଠକରେ ବରିଷ୍ଠ ମନ୍ତ୍ରୀ ମଧ୍ୟ ଉପସ୍ଥିତ ରହିବେ। ସେହିପରି ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍ ଧନଖଡ଼ ମଙ୍ଗଳବାରକୁ ସର୍ବଦଳୀୟ ବୈଠକ ଡାକିଥିଲେ ମଧ୍ୟ ଅନେକ ଦଳର ନେତା ଉପଲବ୍ଧ ନ ହେବାରୁ ଏହାକୁ ଘୁଞ୍ଚାଇ ଦିଆଯାଇଛି। ମଙ୍ଗଳବାର ୨୬ ବିରୋଧୀ ଦଳର ନେତାମାନେ ବେଙ୍ଗାଲୁରୁ ବୈଠକରେ ଏକାଠି ହୋଇଥିବାବେଳେ ଶାସକ ଏନଡିଏର ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ