Masthead

ଗଞ୍ଜାମରେ ବନ୍ଦ ହେଲା ସମସ୍ତ ଧର୍ମାନୁଷ୍ଠାନ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ । ବୁଧବାରଠାରୁ ୨୧ ତାରିଖ ଯାଏଁ ବନ୍ଦ ରହିବ ସମସ୍ତ ଧର୍ମାନୁଷ୍ଠାନ। କୋଭିଡ ବୃଦ୍ଧି ପରେ ଜିଲ୍ଲାପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଗତ ୨୪ ଘଣ୍ଟାରେ ୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତା’ପୂର୍ବରୁ ତିନି ଦିନ ଧରି ଜିଲ୍ଲାରେ କରୋନା ପଜିଟିଭ୍ ଯଥାକ୍ରମେ ୯, ୩୧ ଓ ୨୦ ରହିଥିଲା। ଏହି ୭ ଦିନ ଧର୍ମାନୁଷ୍ଠାନ ଗୁଡ଼ିକୁ ସାନିଟାଇଜ୍ କରାଯିବ।

ତା’ ସହ ଠାକୁରଙ୍କ ରୀତିନୀତି ପାଳନ ହେବ। ଧର୍ମାନୁଷ୍ଠାନ ସହିତ ଜିଲ୍ଲାର ସମସ୍ତ ପାର୍କ, ଖେଳପଡ଼ିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ୭ ଦିନ ବନ୍ଦ ରହିବ। ସେହିପରି ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣାସଂକ୍ରାନ୍ତି ପାଳନ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏହା ପୂର୍ବରୁ ଅତି ଜରୁରୀ କାର୍ଯ୍ୟ ନଥିଲେ ଜିଲ୍ଲାର କୌଣସି ସରକାରୀ ଅଫିସ ନଯିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ କୁହାଯାଇଥିଲା। ଆବଶ୍ୟକ ସ୍ଥଳରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ କାମ ଥିଲେ ଫୋନ୍‌ କରି ଜଣାଇବାକୁ ନମ୍ବର ଜାରି କରାଯାଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି