ଗଞ୍ଜାମରେ ବନ୍ଦ ହେଲା ସମସ୍ତ ଧର୍ମାନୁଷ୍ଠାନ

ବ୍ରହ୍ମପୁର (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ । ବୁଧବାରଠାରୁ ୨୧ ତାରିଖ ଯାଏଁ ବନ୍ଦ ରହିବ ସମସ୍ତ ଧର୍ମାନୁଷ୍ଠାନ। କୋଭିଡ ବୃଦ୍ଧି ପରେ ଜିଲ୍ଲାପ୍ରଶାସନ ଏହି ନିଷ୍ପତ୍ତି ନେଇଛି। ଗତ ୨୪ ଘଣ୍ଟାରେ ୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତା’ପୂର୍ବରୁ ତିନି ଦିନ ଧରି ଜିଲ୍ଲାରେ କରୋନା ପଜିଟିଭ୍ ଯଥାକ୍ରମେ ୯, ୩୧ ଓ ୨୦ ରହିଥିଲା। ଏହି ୭ ଦିନ ଧର୍ମାନୁଷ୍ଠାନ ଗୁଡ଼ିକୁ ସାନିଟାଇଜ୍ କରାଯିବ।

ତା’ ସହ ଠାକୁରଙ୍କ ରୀତିନୀତି ପାଳନ ହେବ। ଧର୍ମାନୁଷ୍ଠାନ ସହିତ ଜିଲ୍ଲାର ସମସ୍ତ ପାର୍କ, ଖେଳପଡ଼ିଆ, ସମୁଦ୍ର ବେଳାଭୂମି ଓ ହ୍ରଦ ମଧ୍ୟ ୭ ଦିନ ବନ୍ଦ ରହିବ। ସେହିପରି ସର୍ବସାଧାରଣରେ ମେରୁ ଯାତ୍ରା ଓ ପଣାସଂକ୍ରାନ୍ତି ପାଳନ ଉପରେ ମଧ୍ୟ କଟକଣା ଜାରି କରାଯାଇଛି। ଏହା ପୂର୍ବରୁ ଅତି ଜରୁରୀ କାର୍ଯ୍ୟ ନଥିଲେ ଜିଲ୍ଲାର କୌଣସି ସରକାରୀ ଅଫିସ ନଯିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସାଧାରଣ ଲୋକଙ୍କୁ କୁହାଯାଇଥିଲା। ଆବଶ୍ୟକ ସ୍ଥଳରେ ସରକାରୀ କାର୍ଯ୍ୟାଳୟ ଗୁଡ଼ିକରେ କାମ ଥିଲେ ଫୋନ୍‌ କରି ଜଣାଇବାକୁ ନମ୍ବର ଜାରି କରାଯାଇଥିଲା

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ