ଭୁବନେଶ୍ୱରରେ ଖୋଲିଲା ସବୁ ଧର୍ମାନୁଷ୍ଠାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ସୋମବାରଠୁ ଖୋଲିଲା ସବୁ ଧର୍ମାନୁଷ୍ଠାନ । ମହାମାରୀ କାରଣରୁ ରାଜଧାନୀରେ ପ୍ରାୟ ୩ ମାସ ଧରି ସବୁ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦ ରହିଥିଲା । ମନ୍ଦିରରେ ଏକାଥରେ ୨୫ ଜଣ ଭକ୍ତ ପ୍ରବେଶ କରିପାରିବେ । ବରିଷ୍ଠ ନାଗରିକ, ଛୋଟ ଶିଶୁ, ଗର୍ଭବତୀ ମହିଳାଙ୍କୁ ମନ୍ଦିରକୁ ନ ଆଶିବାକୁ ପରାମର୍ଶ ଦିଆଯିଛି ।

ସବୁ ଧର୍ମନୁଷ୍ଠାନ ପ୍ରବେଶ ପଥରେ ସାନିଟାଇଜ ରଖିବା ପାଇଁ ନିର୍ଦ୍ଦେଶ ରହିଛି । ନିୟମ ନମାନିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ । ତେବେ କେବଳ ଡବଲ ଡୋଜ୍ ଟିକା ନେଇଥିବା ଭକ୍ତଙ୍କୁ ହିଁ ଧର୍ମାନୁଷ୍ଠାନକୁ ପ୍ରବେଶ କରୁଛନ୍ତି। କୋଭିଡ କୋହଳ ହେବା ପରେ ଅନ୍ୟ ଜିଲ୍ଲାରେ ପର୍ଯ୍ୟାୟକ୍ରମେ ମନ୍ଦିର ଖୋଲିଥିଲା ।

ତେବେ ସଂକ୍ରମଣ ସ୍ଥିର ରହିବା ପରେ ଆଜିଠୁ ମନ୍ଦିର, ମସ୍ ଜିଦ, ଚର୍ଚ୍ଚ, ଗୁରୁଦ୍ୱାର ସହ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ପାଇଁ ନିଷ୍ପତ୍ତି ନେଇଥିଲା ବିଏମସି । ସେପଟେ ଶ୍ରୀ ଲିଙ୍ଗରାଜ ମନ୍ଦିର ଟ୍ରଷ୍ଟ ବୋର୍ଡ ନିଷ୍ପତ୍ତି ଅନୁସାରେ ସେପ୍ଟେମ୍ବର ମାସ ୧ ତାରିଖରେ ମନ୍ଦିର ଖୋଲିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!