Masthead

ଆସନ୍ତା ୨୮ ଓ ୨୯ତାରିଖ ଛୁଟି ରହିବ ରାଜ୍ୟର ସମସ୍ତ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୮ ଓ ୨୯ତାରିଖ ଦୁଇ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଦୋଳପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଏହି ଦୁଇଦିନ ଛୁଟି ରହିବ ସମସ୍ତ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଆଜି ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ସ୍କୁଲ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ୨୮ ଓ ୨୯ତାରିଖରେ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆସନ୍ତାକାଲି କୃଷକ ସଂଗଠନ ଗୁଡ଼ିକ ଦେଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ରାଜ୍ୟ ସରକାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ