Masthead

ଆସନ୍ତା ୨୮ ଓ ୨୯ତାରିଖ ଛୁଟି ରହିବ ରାଜ୍ୟର ସମସ୍ତ ସ୍କୁଲ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆସନ୍ତା ୨୮ ଓ ୨୯ତାରିଖ ଦୁଇ ଦିନ ରାଜ୍ୟର ସମସ୍ତ ସ୍କୁଲ ଛୁଟି ରହିବ। ଦୋଳପୂର୍ଣ୍ଣିମା ଓ ହୋଲି ଉପଲକ୍ଷେ ଏହି ଦୁଇଦିନ ଛୁଟି ରହିବ ସମସ୍ତ ସ୍କୁଲ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବ ପ୍ରତାପ କୁମାର ମିଶ୍ର ଆଜି ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ସ୍କୁଲ ଓ ଗଣଶିକ୍ଷା ବିଭାଗର ସମସ୍ତ ନିର୍ଦ୍ଦେଶକଙ୍କୁ ଚିଠି ଲେଖି ୨୮ ଓ ୨୯ତାରିଖରେ ଛୁଟି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେହିଭଳି ଆସନ୍ତାକାଲି କୃଷକ ସଂଗଠନ ଗୁଡ଼ିକ ଦେଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ରାଜ୍ୟ ସରକାର ସମସ୍ତ ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ