Masthead

ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୋଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଗତକାଲି ଆମ ଦଳର ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ଥିବା ସମୟରେ ପୋଲିସ ଯେଉଁଭଳି ଭାବରେ ମାତ୍ରାଧିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି, ତାକୁ ମୁଁ କଠୋର ଭାଷାରେ ନିନ୍ଦା କରୁଛି । ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି ।

ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ହେଉଛନ୍ତି ଏକ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା । ମାତ୍ର ପୋଲିସ ସେମାନଙ୍କୁ ରାଜନୈତିକ କାର୍ଯ୍ୟକର୍ତ୍ତା ଭାବରେ ନୁହେଁ ବରଂ ଅପରାଧୀ ଭାବରେ ଅମାନୁଷିକ ଭାବେ ଆକ୍ରମଣ କରିଛି, ତାହା ଚିନ୍ତାଜନକ । ଓଡ଼ିଶାର ପୋଲିସ ପ୍ରଶାସନ ଶାସକ ଦଳର ହିତରେ କାର୍ଯ୍ୟ କରିବା ପାଇଁ ନୁହେଁ ବରଂ ସାଢେ ୪ କୋଟି ଓଡ଼ିଆଙ୍କ ସୁରକ୍ଷାରେ ନିୟୋଜିତ ଅଛନ୍ତି । କିଛି ପୋଲିସ ଅଧିକାରୀ ଯେଉଁଭଳି ଭାବେ ଏକପାଖିଆ ନିଷ୍ପତି ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି, ଏହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ