Masthead

ଜ୍ଞାନବ୍ୟାପୀ ମସଜିଦ ମାମଲାରେ ମୁସଲିମ ପକ୍ଷକୁ ବଡ଼ ଝଟକା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଉତ୍ତର ପ୍ରଦେଶ ବାରାଣାସୀ ଜ୍ଞାନବ୍ୟାପୀ ମସଜିଦ ମାମଲାରେ ମୁସଲିମ ପକ୍ଷକୁ ବଡ ଝଟକା। ଆହ୍ଲାବାଦ ହାଇକୋର୍ଟ ମାମଲାର ଶୁଣାଣି କରି ମୁସଲମାନ ପକ୍ଷରୁ କରାଯାଇଥିବା ଆବେଦନକୁ ଖାରଜ କରିଦେଇଛନ୍ତି। କୋର୍ଟ ଅଞ୍ଜୁମନ ଇନ୍ତଜାମିଆ ମସଜିଦ କମିଟିର ଆବେଦନକୁ ଖାରଜ କରି ମସଜିଦରେ ଏଏସଆଇ ସର୍ଭେକୁ ସବୁଜ ସଙ୍କେତ ଦେଇଛନ୍ତି। ଜ୍ଞାନବ୍ୟାପୀ ମସଜିଦରେ ହେବ ଏଏସଆଇର ସର୍ଭେ । ବାରଣାସୀ ଜିଲ୍ଲା ଅଦାଲତର ରାୟ ବିରୋଧରେ ମୁସଲିମ୍ ପକ୍ଷ କରିଥିବା ଆବେଦନକୁ ଆଲ୍ଲାବାଦ ହାଇକୋର୍ଟ ଖାରଜ କରି ଦେଇଛନ୍ତି ।

ମସଜିଦ୍ ଭିତରେ ଏଏସଆଇର ବୈଜ୍ଞାନିକ ସର୍ଭେକୁ ବିରୋଧ କରି ହାଇକୋର୍ଟର ଦ୍ୱାରସ୍ଥ ହେଇଥିଲେ ମୁସଲିମ୍ ପକ୍ଷ । ହେଲେ ଆଲ୍ଲାବାଦ୍ ହାଇକୋର୍ଟ ବାରଣାସୀ ଜିଲ୍ଲା କୋର୍ଟଙ୍କ ରାୟକୁ କାଏମ୍ ରଖିବା ସହିତ ମୁସଲିମ୍ ପକ୍ଷଙ୍କ ଆବେଦନକୁ ଖାରଜ କରିଛନ୍ତି ।ତେବେ ଜୁଲାଇ ୨୭ ତାରିଖରେ କୋର୍ଟ ଏହି ମାମଲାରେ ଫଇସଲାକୁ ସୁରକ୍ଷିତ ରଖିଥିଲେ । ଯାହାର ରାୟ ଆଜି ପ୍ରକାଶ ପାଇଛି । ରାୟ ପ୍ରକାଶ ପାଇବା ପରେ ହିନ୍ଦୁ ପକ୍ଷର ଓକିଲ ବିଷ୍ଣୁ ଶଙ୍କର ଜୈନ କହିଛନ୍ତି, ମାନନୀୟ ହାଇକୋର୍ଟ ମୁସଲିମ୍ ପକ୍ଷର ଆବେଦନକୁ ଖାରଜ କରିଦେଇଛନ୍ତି ।

ଏଏସଆଇର ସତ୍ୟପାଠ ଉପରେ ଆଶଙ୍କା ପ୍ରକାଶ କରିବାର କୌଣସି କାରଣ ନାହିଁ ବୋଲି ହାଇକୋର୍ଟ କହିଛନ୍ତି । କୋର୍ଟଙ୍କ ନିଷ୍ପତ୍ତି ପରେ ଜ୍ଞାନବ୍ୟାପୀ କ୍ୟାମ୍ପସର ଏଏସଆଇ ସର୍ଭେ ଯେକୌଣସି ସମୟରେ ଆରମ୍ଭ ହୋଇପାରିବ। ହିନ୍ଦୁ ପକ୍ଷର ପରାମର୍ଶଦାତାଙ୍କ ଅନୁଯାୟୀ, ଯେକୌଣସି ପର୍ଯ୍ୟାୟରେ ଏହି ସର୍ଭେ ଆରମ୍ଭ ହୋଇପାରିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ