Masthead

ଚାଉଳଚୋରି ଅଭିଯୋଗ, ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ

ଜଗତସିଂହପୁର(ବଡ଼ ଖବର ବ୍ୟୁରୋ): ଚାଉଳଚୋରି ଅଭିଯୋଗ, ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ସହକାରୀ ଶିକ୍ଷକ । ସ୍କୁଲ ଚାଉଳକୁ ଚୋରି କରିଛନ୍ତି ନିଜେ ପ୍ରଧାନଶିକ୍ଷକ । ପ୍ରଧାନଶିକ୍ଷକଙ୍କ ଅବସର ଆଉ ମାତ୍ର ଚାରିଦିନ ଥିବାବେଳେ ଘଟଣାଟି ସାରା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି । ଜଗତସିଂହପୁର ଜିଲ୍ଲା କୁଜଙ୍ଗ ବ୍ଲକରେ ଥିବା ବନ ବିହାରୀ ଉଚ୍ଚ ବିଦ୍ୟାଳୟରେ ଏଭଳି ଘଟଣା ଘଟିଛି ।

ପ୍ରଧାନଶିକ୍ଷକ ରବୀନ୍ଦ୍ର ନନ୍ଦ ଓ ସହକାରୀ ଶିକ୍ଷକ ଶତ୍ରୁଘନ ପ୍ରଧାନ ସ୍କୁଲ ଛୁଟି ଥିବା ସମୟରେ ଏକ ପିକଅପ ଭ୍ୟାନରେ ପାଞ୍ଚ କୁଇଣ୍ଟାଲ ଚାଉଳ ଲୋଡ କରିଥିବା ସମୟରେ ରେଡ ହ୍ୟାଣ୍ଡରେ ଧରିଥିଲେ ଉକ୍ତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟତ୍ରୀ । ସେମାନେ ସ୍କୁଲର ମ୍ୟାନେଜିଂ କମିଟିକୁ ମଧ୍ୟ ଖବର ଦେଇଥିଲେ । ତେବେ ଘଟଣାସ୍ଥଳରେ କୁଜଙ୍ଗ ପୋଲିସ ପହଂଚି ଦୁଇ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରହିଛି । ତେବେ ମଧ୍ୟାହ୍ନ ଭୋଜନ ଚାଉଳ ବିକ୍ରି ଘଟଣାକୁ ନେଇ କାର୍ଯ୍ୟରୁ ନିଲମ୍ବିତ ହୋଇଛନ୍ତି ଭାରପ୍ରାପ୍ତ ପ୍ରଧାନଶିକ୍ଷକ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଚଳନ୍ତା ଟ୍ରେନ୍ ରେ ଯାତ୍ରୀଙ୍କୁ ପିଟିପିଟି ହତ୍ୟା 🔴 ଦିଲ୍ଲୀ ଯୁବତୀଙ୍କୁ ଯାଜପୁରେ ଅସଦାଚରଣ 🔴 ଧଳା ଜହର ଜବତ ସହ ୨ ମହିଳା ଗିରଫ 🔴 ୫ ବିଧାନସଭା ଉପନିର୍ବାଚନର ଫଳାଫଳ, ସବୁ ପାର୍ଟି ଖୁସ 🔴 ପରୀକ୍ଷାର୍ଥୀଙ୍କୁ ସରକାରଙ୍କ ବଡ଼ ଭେଟି 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା