Masthead

ପ୍ରଧାନଶିକ୍ଷକଙ୍କ ନାମରେ ସଙ୍ଗିନ ଅଭିଯୋଗ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସଏସଡ଼ି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଆସିଛି ସଙ୍ଗିନ ଅଭିଯୋଗ । ସେହି ସ୍କୁଲର ଶିକ୍ଷୟତ୍ରୀମାନଙ୍କୁ ପ୍ରଧାନଶିକ୍ଷକ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହେଉଛି । ୯ ମାସ ପରେ ବିଦ୍ୟାଳୟ ଖୋଲିଥିଲେ ମଧ୍ୟ ପ୍ରଧାନଶିକ୍ଷକଙ୍କ ବ୍ୟବହାରରେ ଶିକ୍ଷୟତ୍ରୀ ଓ ଅନ୍ୟ କର୍ମଚାରୀମାନେ ଅତିଷ୍ଠ ହୋଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଚିତ୍ରକୋଣ୍ଡା ଏସଏସଡ଼ିର ପ୍ରଧାନଶିକ୍ଷକ ରବୀନ୍ଦ୍ରନାଥ ସେଠୀ ଶିକ୍ଷୟତ୍ରୀ ଓ ଅନ୍ୟ ମହିଳା କର୍ମଚାରୀମାନଙ୍କୁ ଗାଳି ଗୁଲଜ କରିବା ସହ ନିର୍ଯ୍ୟାତନା ଦେଉଛନ୍ତି ।

ସେ ୭ ବର୍ଷ ହେବ ଏହି ବିଦ୍ୟାଳୟରେ ରହି ନିଜେ ମଧ୍ୟାନ୍ନ ଭୋଜନ ସହ ଛାତ୍ରାବାସର ସାମଗ୍ରୀ କିଣୁଛନ୍ତି । ପ୍ରଧାନଶିକ୍ଷକଙ୍କ ବ୍ୟବହାର ଓ କାର୍ଯ୍ୟରେ ଅତିଷ୍ଠ ହୋଇ ଶିକ୍ଷୟତ୍ରୀ ଓ ମହିଳା କର୍ମଚାରୀମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ତୁରନ୍ତ ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି । ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କିତ ଏକ ଚିଠି ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ଅଭିଯୋଗର କୌଣସି ସତ୍ୟତା ନାହିଁ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ