Masthead

ପ୍ରଧାନଶିକ୍ଷକଙ୍କ ନାମରେ ସଙ୍ଗିନ ଅଭିଯୋଗ

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଏସଏସଡ଼ି ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଆସିଛି ସଙ୍ଗିନ ଅଭିଯୋଗ । ସେହି ସ୍କୁଲର ଶିକ୍ଷୟତ୍ରୀମାନଙ୍କୁ ପ୍ରଧାନଶିକ୍ଷକ ଦୁର୍ବ୍ୟବହାର କରୁଥିବା ଅଭିଯୋଗ ହେଉଛି । ୯ ମାସ ପରେ ବିଦ୍ୟାଳୟ ଖୋଲିଥିଲେ ମଧ୍ୟ ପ୍ରଧାନଶିକ୍ଷକଙ୍କ ବ୍ୟବହାରରେ ଶିକ୍ଷୟତ୍ରୀ ଓ ଅନ୍ୟ କର୍ମଚାରୀମାନେ ଅତିଷ୍ଠ ହୋଇ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଚିତ୍ରକୋଣ୍ଡା ଏସଏସଡ଼ିର ପ୍ରଧାନଶିକ୍ଷକ ରବୀନ୍ଦ୍ରନାଥ ସେଠୀ ଶିକ୍ଷୟତ୍ରୀ ଓ ଅନ୍ୟ ମହିଳା କର୍ମଚାରୀମାନଙ୍କୁ ଗାଳି ଗୁଲଜ କରିବା ସହ ନିର୍ଯ୍ୟାତନା ଦେଉଛନ୍ତି ।

ସେ ୭ ବର୍ଷ ହେବ ଏହି ବିଦ୍ୟାଳୟରେ ରହି ନିଜେ ମଧ୍ୟାନ୍ନ ଭୋଜନ ସହ ଛାତ୍ରାବାସର ସାମଗ୍ରୀ କିଣୁଛନ୍ତି । ପ୍ରଧାନଶିକ୍ଷକଙ୍କ ବ୍ୟବହାର ଓ କାର୍ଯ୍ୟରେ ଅତିଷ୍ଠ ହୋଇ ଶିକ୍ଷୟତ୍ରୀ ଓ ମହିଳା କର୍ମଚାରୀମାନେ ଜିଲ୍ଲାପାଳଙ୍କ ଦ୍ୱାରସ୍ଥ ହୋଇଛନ୍ତି । ତୁରନ୍ତ ପ୍ରଧାନଶିକ୍ଷକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସେମାନେ ଦାବି କରିଛନ୍ତି । ସେମାନଙ୍କ ସମସ୍ୟା ଓ ଦାବି ସମ୍ପର୍କିତ ଏକ ଚିଠି ଜିଲ୍ଲାପାଳଙ୍କୁ ପ୍ରଦାନ କରିଛନ୍ତି । ଅଭିଯୋଗର କୌଣସି ସତ୍ୟତା ନାହିଁ ବୋଲି ପ୍ରଧାନ ଶିକ୍ଷକ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ