Masthead

ନାବାଳିକାକୁ ଅପହରଣ ପରେ ଦୁଷ୍କର୍ମ ଅଭିଯୋଗ

ପାପଡ଼ାହାଣ୍ଡି (ବଡ଼ ଖବର ବ୍ୟୁରୋ): ଅଷ୍ଟମ ଶ୍ରେଣୀରେ ପଢୁଥିବା ନାବାଳିକାକୁ ଅପହରଣ ଏବଂ ଦୁଷ୍କର୍ମ କରିଥିବା ନେଇ ଥାନାରେ ଏତଲା । ଅଷ୍ଟମ ଶ୍ରେଣୀରେ ପଢ଼ୁଥିବା ଜଣେ ନାବାଳିକାକୁ ଅପହରଣ କରି ଦୁଷ୍କର୍ମ କରିଥିବା ନେଇ ଥାନାରେ ଏତଲା ଦେଲେ ନାବାଳିକାଙ୍କ ପରିବାର ଲୋକେ । ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ବ୍ଲକ ମୈଦଲପୁର ଫାଣ୍ଡି ଅନ୍ତର୍ଗତ ତୁରୁଞ୍ଜିଆଗୁଡା ଗ୍ରାମରେ ଘଟିଅଛି ଏଭଳି ଘଟଣା । ତୁରୁଞ୍ଜିଆ ଗୁଡା ଗ୍ରାମର କୁମର ହରିଜନଙ୍କ ୧୩ ବର୍ଷ ର ଝିଅ ଯିଏକି ଅଷ୍ଟମ ଶ୍ରେଣୀ ରେ ପଢୁଥିଲା ।

ସେହି ଝିଅ ଗତ ୧୦ ତାରିଖ ରବିବାର ଦିନ ଅପରାହ୍ନ ସମୟରେ ତାଙ୍କ ଘର ପାଖରେ ଥିବା ପଡିଆକୁ ଶୌଚ ହେବାକୁ ଯାଇଥିଲେ । ସେହି ସମୟରେ ସେମଳା ଗ୍ରାମର ଦୁଇଜଣ ଯୁବକ ସନ୍ତୋଷ ଟାକ୍ରୀ ଏବଂ ଉମେଶ ହରିଜନ ଏକ ଧଳା ରଙ୍ଗର କାରରେ ଆସି ନାବାଳିକାକୁ ଅପହରଣ କରି ନେଇଥିଲେ । କୋରାପୁଟ ଜିଲ୍ଲାର ସୁନାବେଡା ଗ୍ରାମରେ ୩ଦିନ ଧରି ବନ୍ଧକ ରଖିଥିଲେ । ସନ୍ତୋଷ ଟାକ୍ରୀ ଦୁଷ୍କର୍ମ କରି ପୁଣି ସେମଳା ଗ୍ରାମକୁ ଧରି ଆସିବା ଖବର ଶୁଣିବାକୁ ପାଇଥିଲେ ।

ପରେ ନାବାଳିକାକୁ ପରିବାର ଲୋକେ ଉଦ୍ଧାର କରିଥିଲେ ଏବଂ ଥାନାରେ ଅଭିଯୋଗ କରିଥିଲେ । ନାବାଳିକାକୁ ଜୀବନରେ ମାରିଦେବାର ଧମକ ଦେଇ ବଳତ୍କାର କରାଯାଇଛି ବୋଲି ଅଭିଯୋଗରୁ ଜଣାପଡ଼ଛି । ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ନାବାଳିକା ଏବଂ ତାଙ୍କ ପରିବାର ଲୋକେ । ଏତଲା ପାଇବା ପରେ ପୋଲିସ ଅଭିଯୁକ୍ତ କୁ ଖୋଜୁ ଥିବା ବେଳେ ଅଭିଯୁକ୍ତ ଏବଂ ତାର ସହଯୋଗୀ ଫେରାର ଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି