Masthead

ଛାତ୍ରୀଙ୍କୁ ଅସଦାଚାରଣ ଅଭିଯୋଗ, ଶିକ୍ଷକକୁ ଘେରିଲେ ଗ୍ରାମବାସୀ

ବସ୍ତା (ବଡ଼ ଖବର ବ୍ୟୁରୋ): ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସାଦାଚରଣ ଅଭିଯୋଗ । ରସିକିଆ ଶିକ୍ଷକକୁ ଘେରିଲେ ଅଭିଭାବକ ଏବଂ ଗ୍ରାମବାସୀ । ବାଲେଶ୍ୱର ଜିଲ୍ଲା ଜଳେଶ୍ଵର ବ୍ଲକ ବଡନଗର ଗାଁରୁ ଏଭଳି ଖବର ସାମ୍ନାକୁ ଆସିଛି । ଗାଁର କଲ୍ୟାଣ କୁମାର ପଣ୍ତା କସିଦା ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ବିଜ୍ଞାନ ଶିକ୍ଷକ ଭାବରେ ପାଠ ପଢାଉଛନ୍ତି । ଏବଂ ସେ ତାଙ୍କ ଘର ଏକ କୋଚିଂ ସେଂଟର ମଧ୍ୟ ଖୋଲିଛନ୍ତି । ତେବେ ଦୀର୍ଘଦିନ ଧରି ଶିକ୍ଷକ ଜଣଙ୍କ ଛାତ୍ରୀ ମାନଙ୍କୁ ତାଙ୍କ ରୁମକୁ ଡାକି ଅସାଦାଚରଣ କରି ଆସୁଛନ୍ତି ବୋଲି ଅଭିଭାବକ ଏବଂ ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି ।

ଏ ସମ୍ପର୍କରେ କାହାକୁ କିଛି ନକହିବା ପାଇଁ ଶିକ୍ଷକ ଧମକ ମଧ୍ୟ ଦେଇଥିବା ଅଭିଯୋଗ ହୋଇଛି । ରସିକିଆ ଶିକ୍ଷକଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବି କରିବା ସହ ଅଭିଭାବକ ଏବଂ ଗ୍ରାମବାସୀ ମାନେ କୋଚିଂ ସେଣ୍ଟରରେ ପହଞ୍ଚି ଶିକ୍ଷକଙ୍କୁ ଘେରି ଥିଲେ । ଯାହା ଫଳରେ ଘଟଣା ସ୍ଥଳରେ ଉତ୍ତେଜନା ଦେଖା ଦେଇଥିଲା । ତେବେ ଏ ନେଇ ଅଭିଭାବକ ଏବଂ ଗ୍ରାମବାସୀଙ୍କ ତରଫରୁ ଥାନାରେ କୌଣସି ଅଭିଯୋଗ ହୋଇନଥିବା ବେଳେ ବିଭାଗୀୟ କର୍ତ୍ତୁପକ୍ଷ ଏଥିପ୍ରତି ଦୃଷ୍ଟି ଦେବାକୁ ଦାବି ହୋଇଛି । ସେପଟେ ଏହି ଅଭିଯୋଗକୁ ମିଥ୍ୟା ବୋଲି କହିଛନ୍ତି ଶିକ୍ଷକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍ 🔴 ନିଟ୍ ପିଜି ପରୀକ୍ଷାକୁ ନେଇ ବଡ ଖବର 🔴 ବିଶ୍ୱର ସର୍ବୋଚ୍ଚ ଚେନାବ ସେତୁର ଲୋକାର୍ପଣ 🔴 ସାଂସଦ ମହୁଆ ମୋଇତ୍ରାଙ୍କ ବୈବାହିକ ଜୀବନ ଚର୍ଚ୍ଚାରେ 🔴 ବିଶ୍ୱ ପରିବେଶ ଦିବସରେ 🔴 ପାଣ୍ଡିଆନଙ୍କ ଟୋପାଏ ବିଷ, ବିଜେଡି ଛାରଖାର 🔴 ଦେବସ୍ନାନ ପୂର୍ଣ୍ଣିମା , ପୁରୀ ଜଗିବେ ୭୦ ପ୍ଲାଟୁର୍ନ ଫୋର୍ସ 🔴 ‘ଗୁଟଖା ଖାଇବା ବନ୍ଦ କର ତା’ ପରେ ଯାଇ ବାହାଘର’ 🔴 ବିସ୍ଫୋରକ ଜବତ ଘଟଣା, ଶ୍ରବଣ ଅଗ୍ରୱାଲଙ୍କୁ ୨ ଦିନିଆ ରିମାଣ୍ଡ 🔴 ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ଗୁରୁତର 🔴 ଟ୍ରକକୁ ପଛପଟୁ ପିଟିଲା ବସ୍