Masthead

ଶତ ପ୍ରତିଶତ କ୍ଷମତା ସହ ଅଫିସ ଚଳାଇବାକୁ ଅନୁମତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ କରୋନା କଟକଣାକୁ ସାମାନ୍ୟ କୋହଳ କରାଯାଇଥିବା ବେଳେ ଶତ ପ୍ରତିଶତ କ୍ଷମତା ସହିତ ଅଫିସ ଚଳାଇବା ନିମନ୍ତେ ଅନୁମତି ମିଳିଛି । ରବିବାର ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ରାଜଧାନୀର ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ପାଇଁ ଗାଇଡଲାଇନ୍ ଜାରି କରାଯାଇଛି । ଏହି ଗାଇଡଲାଇନ୍ ଉଲ୍ଲଂଘନ କଲେ କାର୍ଯ୍ୟାଳୟକୁ ବନ୍ଦ କରାଯିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି। ଶତ ପ୍ରତିଶତ କ୍ଷମତାରେ କାର୍ଯ୍ୟ କରୁଥିଲେ କାର୍ଯ୍ୟାଳୟର ସମସ୍ତ କର୍ମୀ ସାମାଜିକ ଦୂରତ୍ୱ ନିୟମର ପାଳନ କରିବେ ।

ମାସ୍କ ପିନ୍ଧିବା ସହିତ ହାତ ସାନିଟାଇଜ କରିବା ମଧ୍ୟ ବାଧ୍ୟତାମୂଳକ କରାଯାଇଛି । ଏହାର ଉଲ୍ଲଂଘନ ହେଲେ ବିଏମସି ପକ୍ଷରୁ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଏମସି କମିଶନର ସଞ୍ଜୟ ସିଂ ପ୍ରକାଶ କରିଛନ୍ତି । ସହର ମଧ୍ୟରେ ବର୍ତ୍ତମାନ ସୁଦ୍ଧା ନୂଆ କରେନା ମାମଲା ଦୃଷ୍ଟିକୁ ଆସୁଥିବାରୁ ସମସ୍ତେ ସତର୍କତା ଅବଲମ୍ବନ କରିବା ଜରୁରୀ ବୋଲି କମିଶନର କହିଛନ୍ତି । ସୋମବାରଠାରୁ ବିଏମସି ଏନଫୋର୍ସ ଟିମ ଏବଂ ପୋଲିସ ମିଳିତ ଭାବରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ।

ସରକାରୀ ଅଥବା ବେସରକାରୀ ଅଫିସ ଯେଉଁଠାରେ ନିୟମ ଉଲ୍ଲଂଘନ ହେଉଥିବା ତାହାକୁ ବନ୍ଦ କରାଯିବ ବୋଲି କହିଛନ୍ତି କମିଶନର । କୌଣସି ଅଫିସରେ ଏପରି ମାମଲା ସାମ୍ନାକୁ ଆସିଲେ ଅଫିସକୁ ଅନିର୍ଦ୍ଦିଷ୍ଟ ସମୟ ପାଇଁ ବନ୍ଦ ରଖାଯିବ ବୋଲି ଜଣାପଡିଛି। ସମସ୍ତ ଅଫିସ ମୁଖ୍ୟ ମାନେ ସଚେତନତା ସୃଷ୍ଟି କରିବା ସହିତ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ଆହ୍ୱାନ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା