ହାଇଦ୍ରାବାଦ ସେଣ୍ଟ୍ରାଲ ଜେଲରୁ ବାହାରିଲେ ଅଲ୍ଲୁ ଅର୍ଜୁନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜେଲରୁ ବାହାରିଲେ ସାଉଥ୍ ସୁପରଷ୍ଟାର ଅଲ୍ଲୁ ଅର୍ଜ୍ଜୁନ। ହାଇକୋର୍ଟରୁ ଜାମିନ୍ ପାଇବା ପରେ ଆଜି ସକାଳୁ ସେ ହାଇଦ୍ରାବାଦ ସ୍ଥିତ ଚଞ୍ଚଲଗୁଡ଼ା ସେଣ୍ଟ୍ରାଲ ଜେଲରୁ ମୁକୁଳିଛନ୍ତି। ଗତକାଲି ବେଲ୍ ମିଳିଥିଲେ ବି ସେ ଜେଲରେ ରାତି କାଟିଥିଲେ। ସାରା ରାତି ଜେଲରେ କାଟିବା ପରେ ମୁକୁଳିଲେ ଅଲ୍ଲୁ ଅର୍ଜ୍ଜୁନ। ଜାମିନ ମିଳିବା ପରେ ବି ଜେଲରେ ଥିଲେ ଅଲ୍ଲୁ ହାଇଦ୍ରାବାଦ ସେଣ୍ଟ୍ରାଲ ଜେଲରୁ ବାହାରିଲେ ଦଳାଚକଟା ମାମଲାରେ ମିଳିଛି ଅନ୍ତରୀଣ ଜାମିନ । ପୁଷ୍ପା-୨ ପ୍ରିମୟର ବେଳେ ହୋଇଥିଲା ଦଳାଚକଟା ଦଳାଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିଲା। ହାଇକୋର୍ଟରୁ ଜାମିନ ମିଳିବା ସତ୍ତ୍ୱେ ଗତକାଲି କାହିଁକି ତାଙ୍କୁ ଜେଲ୍‌ରୁ ମୁକ୍ତ କରାଯାଇ ନଥିଲା, ତାକୁ ନେଇ ଉଠିଛି ପ୍ରଶ୍ନ।

ଅଲ୍ଲୁ ଅର୍ଜୁନଙ୍କ ଓକିଲ କହିଛନ୍ତି, ଜେଲ୍ କର୍ତ୍ତୃପକ୍ଷ ହାଇକୋର୍ଟଙ୍କ ଅର୍ଡର କପି ପାଇଥିଲେ। ତଥାପି ତାଙ୍କୁ ରିଲିଜ କରି ନଥିଲେ। ତାଙ୍କୁ ଏମିତି ଅଟକ ରଖାଯିବା ବେଆଇନ। ଏହା ବିରୋଧରେ ଆଇନଗତ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ଅଲ୍ଲୁ ଅର୍ଜୁନଙ୍କ ଓକିଲ। ଜେଲ୍‌ରୁ ବାହାରିବା ପରେ ଅଲ୍ଲୁ ସମର୍ଥନ ପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି, ମୁଁ ଭଲ ଅଛି। ବ୍ୟସ୍ତ ହେବାର କିଛି ନାହିଁ। ଆଇନକୁ ସମ୍ମାନ ଦିଏ। ସମସ୍ତ ପ୍ରକାର ସହଯୋଗ କରିବି। ଅଲ୍ଲୁ ଅର୍ଜ୍ଜୁନ ପୁଣି ଥରେ ସେହି ମୃତ ମହିଳାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ମୁଁ ପୁଣି ଥରେ ସେହି ପରିବାରକୁ ମୋର ସମବେଦନା ଜଣାଉଛି। ଏହା ଏକ ଦୁର୍ଭାଗ୍ୟଜନକ ଘଟଣା ଥିଲା। ଯାହା ଘଟିଲା, ସେଥିପାଇଁ ଆମେ ଦୁଃଖିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ