Masthead

ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହେଲା ‘ଆମ ଶାସନ’ ବ୍ୟବସ୍ଥା ।  ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।  ଲୋକଙ୍କ ମତାମତ ଆଧାରରେ ନୀତି ନିର୍ଦ୍ଧାରଣ ହେବ ।  ସାଧାରଣ ଲୋକଙ୍କୁ ଫୋନ୍ କରି ମତାମତ ନେବେ ମୁଖ୍ୟମନ୍ତ୍ରୀ, ମନ୍ତ୍ରୀ  ।   ଏହାଦ୍ବାରା ରାଜ୍ୟ ସରକାରଙ୍କ ପକ୍ଷରୁ ଯେଉଁ ସବୁ ସେବା ମିଳୁଛି ତାହା ଲୋକଙ୍କୁ ଠିକ୍ ଭାବେ ଉପଲବ୍ଧ ହେଉଛି କି ନାହିଁ, ଲୋକଙ୍କ ଠାରୁ ମତାମତ ସଂଗ୍ରହ କରାଯିବ ।

ଯଦି କୌଣସି ଅଧିକାରୀ ଲୋକଙ୍କୁ ସେବା ଯୋଗାଇବାରେ ବିଫଳ ହୋଇଥିବେ, ଖରାପ ବ୍ୟବହାର କରିଥିବେ, ଲାଞ୍ଚ ନେଇ କାମ କରୁଥିବା ନେଇ ଅଭିଯୋଗ ଆସେ ତେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ।  ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଆଜିଠୁ ‘ଆମ ଶାସନ’ ବ୍ୟବସ୍ଥା ଆରମ୍ଭ ହୋଇଛି । ବିଜେଡି ସରକାରଙ୍କ ଅମଳରେ ଯେପରି ୫ଟି-ମୋ ସରକାର ଚାଲିଥିଲା ସେହିପରି ଢାଞ୍ଚାରେ ଏହି ‘ଆମ ଶାସନ କାର୍ଯ୍ୟକାରୀ  ହେବ । ହେଲେ ଏଥିରେ ୫-ଟି ଅଧ୍ୟକ୍ଷ କି ସଚିବ ଭଳି ପଦବି ରହିବନି । ଯେଉଁ ଅଭିଯୋଗ, ପ୍ରସ୍ତାବ ଆସିବ ତାହା ମୁଖ୍ୟମନ୍ତ୍ରୀ ଓ ପ୍ରଶାସନ ସିଧାସଳଖ ଶୁଣିବେ ।

ଏଥିରେ ପ୍ରାୟ ୨୦ଟି ବିଭାଗର ୧୫୦ରୁ ଅଧିକ ସେବା ଉପଲବ୍ଧ ହେବ   । ଏବେ ୮ଟି ବିଭାଗର ୧୬ଟି ସେବା ଉପଲବ୍ଧ ହେବ । ମିଳିଥିବା ସୂଚନା ଅନୁଯାୟୀ, ସରକାରଙ୍କ ତରଫରୁ ଲୋକଙ୍କ ପାଖକୁ ରେକର୍ଡ ହେଉଥିବା ଏକ କଲ୍‌ ଆସିବ ଆଉ ସେମାନଙ୍କୁ ଯୋଜନାର କାର୍ଯ୍ୟକାରିତା ଉପରେ  ବିଭିନ୍ନ ପ୍ରଶ୍ନ ପଚରାଯିବ। ଏଥିସହ ଲୋକଙ୍କ ଠାରୁ ମତାମତ ସଂଗ୍ରହ ଏବଂ ଲୋକ ଫୋନ୍‌ କରି ମତାମତ ଲୋଡ଼ାଯିବ । ଏଥିପାଇଁ ଉତ୍ସର୍ଗୀକୃତ କଲ୍‌ ସେଣ୍ଟର ରହିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ