Masthead

ଯଦି ନବୀନ ଆଗରୁ ଏମିତି କରିଥାନ୍ତେ…: ଅମର ପ୍ରସାଦ ଶତପଥୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବରିଷ୍ଠ ବିଜେଡି ନେତା ଅମର ପ୍ରସାଦ ଶତପଥୀଙ୍କ ବିସ୍ଫୋରକ ବୟାନ । କହିଛନ୍ତି ନବୀନ ପଟ୍ଟନାୟକ ଯେମିତି ବର୍ତ୍ତମାନ ବିଧାୟକମାନଙ୍କୁ ଦାୟିତ୍ୱ ବଣ୍ଟନ କରିଛନ୍ତି ପୂର୍ବରୁ ଯଦି ଏମିତି କରିଥାନ୍ତେ ତେବେ ଆଜି ଆମେ ବିରୋଧୀ ଦଳରେ ବସି ନଥାନ୍ତୁ । ବିଳମ୍ବରେ ହେଉ ପଛେ ଭଲ କାର୍ଯ୍ୟକ୍ରମଟେ ହାତକୁ ନେଇଛନ୍ତି ଦଳର ସୁପ୍ରିମୋ । କିଛି ବ୍ୟତିକ୍ରମ ହୋଇଥିଲା ଯାହା କି ନିର୍ବାଚନରେ ପ୍ରସଙ୍ଗ ହେଲା । ଆଜି ସେ ସ୍ଥିତି ନାହିଁ । ମୁଁ ଭାବୁଛି ଭଲ ଦିନ ଓଡ଼ିଶା ପାଇଁ ଆସୁଛି । ଏହି କାର୍ଯ୍ୟକ୍ରମ ଆଗକୁ ମଧ୍ୟ ବଜାୟ ରହିବା ଦରକାର ।

ସୁସ୍ଥ ଗଣତାନ୍ତ୍ରିକ ପରମ୍ପରା ବଜାୟ ରହିବା ଉଚିତ । ଦଳର ସୁପ୍ରିମୋ ବର୍ତ୍ତମାନ ଯେଉଁ ଦାୟିତ୍ଵ ବଣ୍ଟନର ନିଷ୍ପତ୍ତି ନେଇଛନ୍ତି ତାହା ସ୍ୱାଗତ ଯୋଗ୍ୟ । ଓଡ଼ିଶାରେ ଚଳିତ ଥର ନୂଆ ନୂଆ ପରମ୍ପରା ବି ଆରମ୍ଭ ହୋଇଛି । ଯେପରିକି ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହକୁ ବିରୋଧୀ ଦଳ ନେତା ଆସିବ ହେଉ କି ବିରୋଧୀ ଦଳର ନେତାଙ୍କ ଚିଠିର ଉତ୍ତର ତୁରନ୍ତ ମୁଖ୍ୟମନ୍ତ୍ରୀ ଦେବା, ଏହା ଗଣତନ୍ତ୍ର ବ୍ୟବସ୍ଥାକୁ ସୁସ୍ଥ ଓ ସୁଦୃଢ କରିଛି । ଏହା ଆଗକୁ ବି ବଜାୟ ରହିବାର ଆବଶ୍ୟକ ବୋଲି କହିଛନ୍ତି ଅମର।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ