Masthead

ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନାଙ୍କ ଇସ୍ତଫା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅମରଜିତ ସିହ୍ନା ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରାମର୍ଶଦାତା ଅମରଜିତ ସିହ୍ନା ଇସ୍ତଫା ଦେଇଛନ୍ତି । ମିଳିଥିବା ସୂଚନା ମୁତାବକ ଅମରଜିତ ହେଉଛନ୍ତି ୧୯୮୩ ବିହାର କ୍ୟାଡରର ଜଣେ ଆଇଏଏସ ଅଫିସର ।

ଗତବର୍ଷ ଫେବୃୟାରୀ ମାସରେ ତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଥିଲା । ତେବେ ଅମରଜିତଙ୍କୁ ମିଶାଇଲେ ଚଳିତ ବର୍ଷ ଏହା ଦ୍ଵିତୀୟ ଇସ୍ତଫା ହେବ । କାରଣ ଚଳିତ ବର୍ଷ ମାର୍ଚ୍ଚ ମାସରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପିକେ ସିହ୍ନା ଇସ୍ତଫା ଦେଇଥିଲେ ।

ଗ୍ରାମୀଣ ବିକାଶ ମନ୍ତ୍ରାଳୟର ସଚିବ ପଦରୁ ଅବସର ନେବା ପରେ ତାଙ୍କୁ ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଥିଲା । ତିନି ଦଶକର କ୍ୟାରିୟର ବାବଦରେ କହିବାକୁ ଗଲେ ସିହ୍ନା ଶିକ୍ଷା ଓ ପଞ୍ଚାୟତିରାଜ ମନ୍ତ୍ରାଳୟ ର ଗୁରୁତ୍ୱପୂର୍ଣ୍ଣ ପଦ ପଦବୀରେ ଥିଲେ । ତାଙ୍କର ନ୍ୟାସନାଲ ରୁରାଲ ହେଲଥ ମିଶନ ଓ ସର୍ବଶିକ୍ଷା ଅଭିଯାନ ଭଳି ଯୋଜନାରେ ତାଙ୍କର ପ୍ରମୁଖ ଭୂମିକା ଥିଲା।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ