Masthead

ଜୁଲାଇ ୧ରୁ ଅମରନାଥ ଯାତ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୧ରୁ ଆରମ୍ଭ ହେବ ଅମରନାଥ ଯାତ୍ରା । ଜୁଲାଇ ୧ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ଜମ୍ମୁକାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଯାତ୍ରା ପାଇଁ ଏପ୍ରିଲ ୧୭ରେ ଆରମ୍ଭ ହେବ ପଂଜୀକରଣ । ଏଥିପାଇଁ ଶ୍ରଦ୍ଧାଳୁମାନେ ଆସନ୍ତା ୧୭ ତାରିଖଠାରୁ ଆବେଦନ କରିପାରିବେ । ଉଭୟ ଅଫଲାଇନ ଓ ଅନଲାଇନ ମାଧ୍ୟମରେ ଆବେଦନ କରିବା ସୁବିଧା ରହିଥିବା ଜାମ୍ମୁକାଶ୍ମୀର ଉପରାଜ୍ୟପାଳ ସୂଚନା ଦେଇଛନ୍ତି ।

ଅନନ୍ତନାଗରେ ଥିବା ପାହାଲଗାମ ଓ ଗଣ୍ଡେରବାଲ ଜିଲ୍ଲାରେ ଥିବା ବାଲଟାଲ ଟ୍ରାକରୁ ଯାତ୍ରା ଆରମ୍ଭ ହେବ । ଦକ୍ଷିଣ କଶ୍ମୀରରେ ଗୁମ୍ପାକୁ ଯାଇ ଶ୍ରଦ୍ଧାଳୁମାନେ ବାବା ଅମରନାଥଙ୍କ ଦର୍ଶନ କରିପାରିବେ ।ଅଗଷ୍ଟ ୩୧ରେ ଯାତ୍ରା ସରିବାକୁ ଥିବାବେଳେ ସୁରୁଖୁରୁରେ ଯାତ୍ରା ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ଶ୍ରଦ୍ଧାଳୁମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ପ୍ରାଥମିକତା ଦିଆଯାଉଛି । ଶ୍ରେଷ୍ଠ ସ୍ବାସ୍ଥ୍ୟ ସେବା ସହ ସମସ୍ତ ପ୍ରକାରର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ । ବିଜୁଳି, ଚିକିତ୍ସା, ଟେଲିକମ ସେବାକୁ ଫୋକସରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା