Masthead

ଜୁଲାଇ ୧ରୁ ଅମରନାଥ ଯାତ୍ରା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜୁଲାଇ ୧ରୁ ଆରମ୍ଭ ହେବ ଅମରନାଥ ଯାତ୍ରା । ଜୁଲାଇ ୧ତାରିଖରୁ ଆରମ୍ଭ ହୋଇ ଅଗଷ୍ଟ ୩୧ତାରିଖ ପର୍ଯ୍ୟନ୍ତ ଚାଲିବ ଯାତ୍ରା । ଏନେଇ ସୂଚନା ଦେଇଛନ୍ତି ଜମ୍ମୁକାଶ୍ମୀର ଉପରାଜ୍ୟପାଳ ମନୋଜ ସିହ୍ନା । ଯାତ୍ରା ପାଇଁ ଏପ୍ରିଲ ୧୭ରେ ଆରମ୍ଭ ହେବ ପଂଜୀକରଣ । ଏଥିପାଇଁ ଶ୍ରଦ୍ଧାଳୁମାନେ ଆସନ୍ତା ୧୭ ତାରିଖଠାରୁ ଆବେଦନ କରିପାରିବେ । ଉଭୟ ଅଫଲାଇନ ଓ ଅନଲାଇନ ମାଧ୍ୟମରେ ଆବେଦନ କରିବା ସୁବିଧା ରହିଥିବା ଜାମ୍ମୁକାଶ୍ମୀର ଉପରାଜ୍ୟପାଳ ସୂଚନା ଦେଇଛନ୍ତି ।

ଅନନ୍ତନାଗରେ ଥିବା ପାହାଲଗାମ ଓ ଗଣ୍ଡେରବାଲ ଜିଲ୍ଲାରେ ଥିବା ବାଲଟାଲ ଟ୍ରାକରୁ ଯାତ୍ରା ଆରମ୍ଭ ହେବ । ଦକ୍ଷିଣ କଶ୍ମୀରରେ ଗୁମ୍ପାକୁ ଯାଇ ଶ୍ରଦ୍ଧାଳୁମାନେ ବାବା ଅମରନାଥଙ୍କ ଦର୍ଶନ କରିପାରିବେ ।ଅଗଷ୍ଟ ୩୧ରେ ଯାତ୍ରା ସରିବାକୁ ଥିବାବେଳେ ସୁରୁଖୁରୁରେ ଯାତ୍ରା ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ଶ୍ରଦ୍ଧାଳୁମାନଙ୍କ ସୁରକ୍ଷିତ ଯାତ୍ରା ପାଇଁ ପ୍ରାଥମିକତା ଦିଆଯାଉଛି । ଶ୍ରେଷ୍ଠ ସ୍ବାସ୍ଥ୍ୟ ସେବା ସହ ସମସ୍ତ ପ୍ରକାରର ଅତ୍ୟାବଶ୍ୟକ ସାମଗ୍ରୀ ଯୋଗାଇ ଦିଆଯିବ । ବିଜୁଳି, ଚିକିତ୍ସା, ଟେଲିକମ ସେବାକୁ ଫୋକସରେ ରଖାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା