କ୍ରିକେଟ ମଇଦାନ ଛାଡ଼ି ରାଜନୀତି ମଇଦାନରେ ଅମ୍ବାତି ରାୟଡ଼ୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ୍ରିକେଟ ମଇଦାନ ଛାଡ଼ି ରାଜନୀତି ମଇଦାନରେ ଅମ୍ବାତି ରାୟଡ଼ୁ । ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ୱାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି ଅମ୍ବାତି। ବିଜୟୱାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି। ସେ ୱାଇଏସଆରସିପି ଅଧ୍ୟକ୍ଷ ଜଗନ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ। ରାୟଡୁ ଏମିତି ସମୟରେ ଦଳରେ ଯୋଗ ଦେଇଥିଲେ ଯେତେବେଳେ ସମସ୍ତ ଦଳ ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ଲୋକସଭା ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେବ କି ନାହିଁ ତାକୁ ନେଇ ପ୍ରଶ୍ନ ଉଠିଛି। ଅମ୍ବାତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ମୁଁ ଲୋକଙ୍କୁ ଜାଣିବାକୁ ଚେଷ୍ଟା କରିଥିଲି ଏବଂ ସେମାନଙ୍କ ସମସ୍ୟା ବୁଝିଥିଲି। ୨୯ ମେ’ରେ ଇଣ୍ଡିଆନ ପ୍ରିମିୟର ଲିଗ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ରାଇଡୁ ତାଙ୍କର ଶେଷ କ୍ରିକେଟ ମ୍ୟାଚ ଖେଳିଥିଲେ। ରାଜନୀତିରେ ଯୋଗଦେବା ପୂର୍ବରୁ ସେ ନିଜ ଜନ୍ମସ୍ଥାନ ଗୁଣ୍ଟୁର ଜିଲାର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଲୋକମାନଙ୍କୁ ଭେଟିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ