Masthead

କ୍ରିକେଟ ମଇଦାନ ଛାଡ଼ି ରାଜନୀତି ମଇଦାନରେ ଅମ୍ବାତି ରାୟଡ଼ୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କ୍ରିକେଟ ମଇଦାନ ଛାଡ଼ି ରାଜନୀତି ମଇଦାନରେ ଅମ୍ବାତି ରାୟଡ଼ୁ । ଆନ୍ଧ୍ର ପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ୱାଇଏସଆର କଂଗ୍ରେସରେ ଯୋଗ ଦେଇଛନ୍ତି ଅମ୍ବାତି। ବିଜୟୱାଡାରେ ଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ୟ୍ୟାଳୟରେ ଏହି କ୍ରିକେଟର ରାଜନୀତିରେ ସାମିଲ ହୋଇଛନ୍ତି। ସେ ୱାଇଏସଆରସିପି ଅଧ୍ୟକ୍ଷ ଜଗନ ମୋହନ ରେଡ୍ଡୀଙ୍କ ଉପସ୍ଥିତିରେ ଏହି ଦଳରେ ଯୋଗ ଦେଇଥିଲେ। ରାୟଡୁ ଏମିତି ସମୟରେ ଦଳରେ ଯୋଗ ଦେଇଥିଲେ ଯେତେବେଳେ ସମସ୍ତ ଦଳ ଆଗାମୀ ଲୋକସଭା ନିର୍ବାଚନ ପାଇଁ ପ୍ରସ୍ତୁତିରେ ବ୍ୟସ୍ତ ଅଛନ୍ତି। ଏଭଳି ପରିସ୍ଥିତିରେ ଲୋକସଭା ନିର୍ବାଚନରେ ଦଳ ତାଙ୍କୁ ଟିକେଟ ଦେବ କି ନାହିଁ ତାକୁ ନେଇ ପ୍ରଶ୍ନ ଉଠିଛି। ଅମ୍ବାତି ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି, ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ମୁଁ ଲୋକଙ୍କୁ ଜାଣିବାକୁ ଚେଷ୍ଟା କରିଥିଲି ଏବଂ ସେମାନଙ୍କ ସମସ୍ୟା ବୁଝିଥିଲି। ୨୯ ମେ’ରେ ଇଣ୍ଡିଆନ ପ୍ରିମିୟର ଲିଗ ଫାଇନାଲରେ ଚେନ୍ନାଇ ସୁପର କିଙ୍ଗ୍ସ ପାଇଁ ରାଇଡୁ ତାଙ୍କର ଶେଷ କ୍ରିକେଟ ମ୍ୟାଚ ଖେଳିଥିଲେ। ରାଜନୀତିରେ ଯୋଗଦେବା ପୂର୍ବରୁ ସେ ନିଜ ଜନ୍ମସ୍ଥାନ ଗୁଣ୍ଟୁର ଜିଲାର ପ୍ରତ୍ୟେକ କୋଣ ଅନୁକୋଣକୁ ଯାଇ ଲୋକମାନଙ୍କୁ ଭେଟିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ