Masthead

ସରକାରୀ କର୍ମଚାରୀଙ୍କ ଜିଆଇଏସ ସଂଶୋଧିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (ଜିଆଇଏସ) ସଂଶୋଧିତ । କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି । ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି। ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କୁ ଜିଆଇଏସ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବାବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି ।

ସେହିପରି ୫୪୦୦ ଓ ତାଠାରୁ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ଜିଆଇଏସ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ ଏକ ସାମାଜିକ ସୁରକ୍ଷା ଯୋଜନା । ଚାକିରୀରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ । ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତାଠାରୁ ଅଧିକ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା ।

ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତାଠାରୁ ଅଧିକ ଗ୍ରେଡ ପେ ପାଉଥିବା କର୍ମଚାରୀମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଏହି ବର୍ଦ୍ଧିତ ଜିଆଇଏସ ଦେୟ ପୂର୍ବ ପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ବିଜେଡିରୁ ନିଲମ୍ବନ ହେଲେ କର୍ପୋରେଟର ଅମରେଶ ଜେନା 🔴 ରାସ୍ତାରେ ଆଣ୍ଠେଇଲା ବାଇକ ଆମ୍ବୁଲାନ୍ସ 🔴 ଆସୁଛି ବଡ ବନ୍ୟା 🔴 ସଫେଇ କର୍ମଚାରୀମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଭେଟି 🔴 ଆମ୍ବୁଲାନ୍ସ ଭିତରେ ୨୬ ବର୍ଷୀୟ ଯୁବତୀଙ୍କୁ ଗଣଦୁଷ୍କର୍ମ 🔴 କାରଗିଲ ବିଜୟ ଦିବସରେ ସେନାଙ୍କୁ ବଡ଼ ଉପହାର 🔴 କାହା ଛତ୍ର ଛାୟାରେ ବନଖଣ୍ଡ ବିଟ୍ ଅଧିକାରୀ? 🔴 ଧରାପଡ଼ିଲା କେନ୍ଦୁଝର ବନବିଭାଗର ଆଉ ଏକ କେଳେଙ୍କାରୀ 🔴 ଆଜି କାରଗିଲ ବିଜୟ ଦିବସ 🔴 ପ୍ରବଳ ବର୍ଷା, ଅରେଞ୍ଜ ୱାର୍ଣ୍ଣିଂ ଜାରି