Masthead

ଆମେରିକାର ନୂଆ ରାଷ୍ଟ୍ରପତି, ଉପରାଷ୍ଟ୍ରପତିଙ୍କୁ ଭାରତର ଶୁଭେଚ୍ଛା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହ୍ୱାଇଟ୍ ହାଉସ ଦଖଲ କଲେ ଜୋ ବାଇଡେନ୍ । ଉପରାଷ୍ଟ୍ରପତି ହେଲେ ଭାରତୀୟ ବଂଶୋଦ୍ଭବ କମଲା ହାରିସ । ଆମେରିକାର ୪୬ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଛନ୍ତି ଡେମୋକ୍ରାଟିକ୍ ପାର୍ଟି ପ୍ରାର୍ଥୀ ଜୋ ବାଇଡେନ । ଏହାପରେ ବାଇଡେନ୍ ଏବଂ ଉପରାଷ୍ଟ୍ରପତି ହାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଭାରତର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଟ୍ୱିଟ କରି ମୋଦି କହିଛନ୍ତି ଯେ ଦୁଇ ଦେଶ ମଧ୍ୟରେ ସୁସମ୍ପର୍କ ରହିବ । ଆଶା କରୁଛି ଯେ ଉଭୟ ଦେଶ ମିଳିତ ଭାବେ କାର୍ଯ୍ୟ କରିବେ । ଭାରତ-ଆମେରିକା ସମ୍ପର୍କ ଉଚ୍ଚତାକୁ ନେଇଯିବେ । ଏହାସହ ଉପରାଷ୍ଟ୍ରପତି ହାରିସଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ହାରିସଙ୍କ ସଫଳତା ନୂଆ ରାସ୍ତା ଦେଖାଇବ । ସମସ୍ତ ଭାରତୀୟ ଓ ଆମେରିକାବାସୀ ଏଥିପାଇଁ ଗର୍ବିତ ବୋଲି ତାଙ୍କ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ପ୍ରଧାନମନ୍ତ୍ରୀ ।

ସେପଟେ ରାଷ୍ଟ୍ରପତି କୋବିନ୍ଦ ମଧ୍ୟ ଆମେରିକା ରାଷ୍ଟ୍ରପତି ବାଇଡେନ୍ ଓ ଉପରାଷ୍ଟ୍ରପତି ହାରିସଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଆଗକୁ ଉଭୟ ଦେଶ ମଧ୍ୟରେ ସମ୍ପର୍କ ଆହୁରି ସୁଦୃଢ଼ ହେବ ବୋଲି ଟ୍ୱିଟ କରି କହିଛନ୍ତି କୋବିନ୍ଦ ।

ଏହାସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଓ ଉପରାଷ୍ଟ୍ରପତିଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଭାରତ-ଆମେରିକା ବନ୍ଧୁତା ଅଧିକ ଶକ୍ତ ହେଉ ।

ବିଶ୍ୱର ବୃହତ ଦୁଇ ଗଣତାନ୍ତ୍ରିକ ରାଷ୍ଟ୍ର ଏକତ୍ର ହୋଇ କାର୍ଯ୍ୟ କରନ୍ତୁ ବୋଲି ନିଜ ଟ୍ୱିଟରେ ଉଲ୍ଲେଖ କରିଛନ୍ତି ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବନ୍ୟା ଯୋଗୁଁ ଯାଇଛି ୭ ଜୀବନ: ସୁରେଶ ପୂଜାରୀ 🔴 ବାୟାପଡ଼ା ଓ ମାନବକୋଣ୍ଡା ଘାଟିରେ ଭୂସ୍ଖଳନ 🔴 MMDR ତାତି: ବିଧାନସଭାରେ ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ମୁଲତବି ଗୃହ 🔴 ଓଡ଼ିଶାକୁ ନୟାନ୍ତ କରିବ ବର୍ଷା