Masthead

ଆଜି ଭାରତରେ ପହଞ୍ଚିବେ ଆମେରିକା ରାଷ୍ଟ୍ରପତି

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଜି-୨୦ ବୈଠକ ପାଇଁ ଦିଲ୍ଲୀରେ ଏକାଠି ହେଉଛନ୍ତି ବିଶ୍ୱ ନେତା । ଗୁରୁବାର ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଭାରତରେ ପହଞ୍ଚିବେ । ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦି ଏବଂ ବାଇଡେନଙ୍କ ଦ୍ୱିପାକ୍ଷିକ ବୈଠକ ହେବାର ଅଛି । ବାଇଡେନଙ୍କ ପତ୍ନି ତଥା ଫାଷ୍ଟ ଲେଡି ଜୋ ବାଇଡେନ କୋଭିଡ ପଜିଟିଭ ଚିହ୍ନଟ ପରେ ବାଇଡେନ ମଧ୍ୟ ପଜିଟିଭ ଥିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା ।

କିନ୍ତୁ ବାଇଡେନଙ୍କ ରିପୋର୍ଟ ନେଗେଟିଭ ଆସିବା ପରେ ସେ ଭାରତ ଆସିବା ନେଇ ସ୍ପଷ୍ଟ କରିଥିଲା ହ୍ୱାଇଟହାଉସ । କିନ୍ତୁ ଚୀନ ରାଷ୍ଟ୍ରପତି ଜିନପିଙ୍ଗ ଏବଂ ଋଷ ରାଷ୍ଟ୍ରପତି ଭ୍ଲାଦମିର ପୁଟିନ ଜି-୨୦ ସମ୍ମିଳନୀରେ ଯୋଗଦେବେ ନାହିଁ ବୋଲି ପୂର୍ବରୁ ସ୍ପଷ୍ଟ କରିସାରିଛନ୍ତି । ନୂଆଦିଲ୍ଲୀର ପ୍ରଗତୀ ମଇଦାନରେ ଜି-୨୦ ସମ୍ମିଳନୀର ଆୟୋଜନ କରାଯାଇଛି । ଆସନ୍ତା ୯ ଏବଂ ୧୦ ତାରିଖ ଦୁଇ ଦିନ ଜି-୨୦ ବୈଠକ ହେବାର ଅଛି । ଏହା ପୂର୍ବରୁ ବିଭିନ୍ନ ଦେଶ ମୁଖ୍ୟଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ପ୍ରଧାନମନ୍ତ୍ରୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ