Masthead

ନାମାଙ୍କନ ଦାଖଲ କଲେ ଅମିତ ଶାହ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ନାମାଙ୍କନ ଦାଖଲ କଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ । ଗୁଜରାଟ ଗାନ୍ଧୀନଗର ଆସନ ପାଇଁ ନାମାଙ୍କନ ଭରିଲେ । ନାମାଙ୍କନ ବେଳେ ଗୁଜରାଟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ଉପସ୍ଥିତ ଥିଲେ । ୨୦୧୯ ଲୋକସଭା ନିର୍ବାଚନରେ ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗର ଆସନରୁ ୮ ଲକ୍ଷ ୯୦ ହଜାରରୁ ଅଧିକ ଭୋଟ ପାଇଥିଲେ । ୨୦୧୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ରହିଥିଲେ ସିଜେ ଚାୱଡା । ସେ ପାଖାପାଖି ୩ ଲକ୍ଷ ଭୋଟ ପାଇଥିଲେ ।

ଆଉ ଅମିତ ଶାହ ୫ ଲକ୍ଷ ୫୦- ହଜାର ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ । ଗୁଜରାଟ ଲୋକସଭାର ସମସ୍ତ ୨୬ ସିଟରେ ଗୋଟିଏ ଦିନରେ ମତଦାନ ହେବ । ଚଳିତ ଥର ଅମିତ ଶାହଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି ସୋନଲ ପଟେଲ । ଗାନ୍ଧୀ ନଗର ସବୁବେଳେ ବିଜେପିର ଗଡ ହୋଇ ରହି ଆସିଛି । ୧୯୮୯ ମସିହାରୁ ବିଜେପି ଏଠାରେ ଜିତି ଆସୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ